ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟରେ ବ୍ରେକ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆଜି ନବରଙ୍ଗପୁର ଜିଲ୍ଲାରୁ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବାବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଛନ୍ତି ।