ଦୁର୍ନୀତି ନିବାରଣ ଶପଥ ପାଠ ଅନୁଷ୍ଠିତ

ପୁରୀ,(ନାଗରାଜ ନ୍ୟୁଜ): ଚଳିତ ବର୍ଷ ଅକ୍ଟୋବର୩୧ ତାରିଖ ଠାରୁ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି। ଏହି ଅବସରରେ ଆଜି ଦିବା ୧୧ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ସମସ୍ତ ଙ୍କୁ ଶପଥ ପାଠ କରାଇଥିଲେ । ଦୁର୍ନୀତି ବିକାଶ ର ମୁଖ୍ୟ ବାଧକ। ତେଣୁ ଏହାକୁ ସବୁ ସ୍ତରରେ ପ୍ରତିହତ କରି ଏକ ସୁଦୃଢ଼ ତଥା ଦୁର୍ନୀତି ମୁକ୍ତ ଓଡ଼ିଶା ଗଠନ କରିବା ରେ ପ୍ରତ୍ୟେକ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ।

ଓସୱ୍ୱ।ନ କନଫେରେନ୍ସ ହଲରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଜିଲ୍ଲା ଏସ ପି ଡ଼ଃ କନୱର ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଶ୍ରୀ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର,ପୌରନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ୱାଇଁ, ଡେପୁଟି କଲେକ୍ଟର ଶ୍ରୀ ସୁମନ୍ତ କୁମାର କର, ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ସୁରେନ୍ଦ୍ର ହୋତା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା କ୍ରିଡା ଅଧିକାରୀ ଶ୍ରୀ ଚନ୍ଦନ ସାହୁ,ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ରବିନ ପଟ୍ଟନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ ବେହେରା ପ୍ରମୁଖ ଉପସ୍ଥିତ ହୋଇ ଶପଥ ପାଠ କରିଥିଲେ। ସେହିପରି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ଜିଲ୍ଲାପାଳ ଶ୍ରୀ ବର୍ମା ସମସ୍ତ ଅଧିକାରୀଓ କର୍ମଚାରୀ ମାନଙ୍କୁ ଶପଥ ପାଠ କରାଇଥିଲେ। ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟର ଓସୱ୍ୱ।ନ ହଲରେ ମଧ ବିଡ଼ିଓ, ତହସିଲଦାର, ସିଡିପିଓ ଓ ଅନ୍ୟାନ୍ୟ ଅଧିକାରୀ ଏବଂ ଅନ୍ୟାନ୍ୟ ସମସ୍ତ କାର୍ଯ୍ୟାଳୟ, ଲାଇନ ଡିପାର୍ଟମେଣ୍ଟରେ ଏହି ଶପଥ ପାଠ କରାଯାଇଥିଲା।

Leave a Reply

Your email address will not be published.