କିସ ଆଦିବାସୀ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଶୁଖିଲା ଖାଦ୍ୟ ସାମଗ୍ରୀ ଓ ପରୀକ୍ଷା ପ୍ରଶ୍ନ ପତ୍ର ପ୍ରଦାନ

ପାଟଣାଗଡ଼,(ନାଗରାଜ ନ୍ୟୁଜ): ବଲାଙ୍ଗିର ଜିଲ୍ଲାର ୧୪ଟି ବ୍ଲକର କିସ ଆଦିବାସୀ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କୁ ୧୮ତମ ପର୍ଯ୍ୟାୟ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି  l ଏହାସହିତ ପରୀକ୍ଷା ପ୍ରଶ୍ନ ପତ୍ର ବିତରଣ କରାଯାଇଛି l କରୋନା ମହାମାରୀ ଜନିତ କଟକଣା ସମୟରେ ସମ୍ପୂର୍ଣ ନିଃଶୁଳ୍କ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ କିସ କିଟ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଡା. ଅଚ୍ୟୁତ ସାମନ୍ତ କିସର ଛାତ୍ରଛାତ୍ରୀମାନଙ୍କ ଉଚ୍ଚ ଶିକ୍ଷା, ଗୁଣାତ୍ମକ ଶିକ୍ଷା, ଅନଲାଇନ ଶିକ୍ଷା ବ୍ୟବସ୍ଥାକୁ ଅନବରତ ଜାରି ରଖିବା କାର୍ଯ୍ୟକ୍ରମ ହାତକୁ ନେଇ ସାରା ବିଶ୍ୱରେ ଉଦାହରଣ ସୃଷ୍ଟି କରିଛନ୍ତି l କରୋନା କଟକଣା ପରିସ୍ଥିତିରେ କିସ ଛାତ୍ରଛାତ୍ର ମାନଙ୍କୁ ନିରବିଛିନ୍ନ ମାଗଣା ଶିକ୍ଷା ଦାନ ପାଇଁ କିସ ତରଫରୁ ଅନଲାଇନ ଲାଇଭ କ୍ଲାସ ଏବଂ କଳିଙ୍ଗ ଟିଭି ମାଧ୍ୟମରେ ଲାଇଭ କ୍ଲାସ ଶିକ୍ଷା ପ୍ରଦାନ କରାଯାଉଛି  l କିସ କିଟ ପ୍ରତିଷ୍ଠାତା ଡା. ଅଚ୍ୟୁତ ସାମନ୍ତଙ୍କ ଅବଦାନ ଫଳରେ ୧୮ତମ ପର୍ଯ୍ୟାୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପାଇଁ ଶୁଖିଲା ଖାଦ୍ୟ ସାମଗ୍ରୀ, ସାନିଟାଇଜର ସମସ୍ତ ବ୍ଲକରେ ବଣ୍ଟନ କରାଯାଇଛି  l ଆଜି ବଲାଙ୍ଗିର ଜିଲ୍ଲାର ୧୪ଟି ବ୍ଲକର କର୍ମକର୍ତ୍ତାମାନେ ପାଠ୍ୟ ଉପକରଣ, ଶୁଖିଲା ଖାଦ୍ୟ ସାମଗ୍ରୀ, ସାନିଟାଇଜର ଇତ୍ୟାଦି ବଣ୍ଟନ କରିବାରେ ସହଯୋଗ କରିଥିଲେ l

ସୂଚନାଯୋଗ୍ୟଯେ କରୋନା ମହାମାରୀ ଭୁତାଣୁ ଜନିତ ଲକଡାଉନ କଟକଣା ଯୋଗୁଁ ୨୦୨୦ ମସିହା ମାର୍ଚ୍ଚ ମାସ  ଦ୍ଵିତୀୟ ସପ୍ତାହରୁ ଭାରତ ତଥା ଓଡିଶାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି  l  କିସର ଛାତ୍ରଛାତ୍ରୀମାନଙ୍କ ସୁରକ୍ଷା ଚିନ୍ତା ସହିତ ପାଠପଢା ଅବ୍ୟାହତ ରଖିବା ପାଇଁ କିସ ଆଦିବାସୀ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଡା. ସାମନ୍ତ ଛାତ୍ରଛାତ୍ରୀମାନଙ୍କୁ ପାଠ୍ୟ ପୁସ୍ତକ ସହିତ ପ୍ରଥମ  l କିସ ତରଫରୁ ପ୍ରଦତ୍ତ ବିଭିନ୍ନ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମରେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘର ମହାସଚିବ ନିରଞ୍ଜନ ବିଶ , ବ୍ଲକ ସଭାପତି ଅଷ୍ଟରତ୍ନ ବରିହା, ବିପ୍ର ବିଶି, ପଦ୍ମନ ପ୍ରଧାନୀ, ଶରତ ଚନ୍ଦ୍ର ସିଂ ଭୋଇ, ଦୁଃଖିଶ୍ୟାମ ଭୋଇ, ଘିମାନନ୍ଦ ଭୋଇ, ଖେଳନ୍ତି ସମରଥ, ବଳଦେବ ଭୋଇ, ଶ୍ୟାମ ସୁନ୍ଦର ଭୋଇ ସନ୍ତୋଷ ପୁଟା, ଘନଶ୍ୟାମ ପ୍ରଧାନୀ, ଶ୍ରୀମତୀ ବନଲତା ମାଝି, ଚୌବନ କିଶୋର ମାଝି, ସୁଦାମ ଚରଣ ଭୋଇ, ଡମ୍ବରୁ ଧରୁଆ, ସାରଥୀ ବାଗ, ଭୂପାଲ ବିଶ୍ୱାଳ, ମନବୋଧ ବରିହା, ଅଚୁତ ଧରୁଆ, ବିକ୍ରମ ଭୋଇ, ରାଜୀବ କୁଅଁର, ଘନ ଭୋଇ, ଟିକେଶ୍ୱର ଧରୁଆ, ଧରମସିଂ ଧରୁଆ, ଦଶରଥ ଛତ୍ରିଆ ଓ ଗିରିଧାରୀ ଭୋଇ ପ୍ରମୁଖ ସହଯୋଗ କରିଥିଲେ l

Leave a Reply

Your email address will not be published.