କିସ ଆଦିବାସୀ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଟିଟିଲାଗଡ଼, (ନାଗରାଜ ନ୍ୟୁଜ): ଟିଟିଲାଗଡ଼ ସ୍ଥିତ ଆଦିବାସୀ ଭବନଠାରେ କିସ ଆଦିବାସୀ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ ରତ ଛାତ୍ରଛାତ୍ରୀମାନଙ୍କୁ ପନ୍ଦର ତମ ପର୍ୟ୍ୟାୟ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି । କରୋନା ମହାମାରୀ ଜନିତ କଟକଣା ସମୟରେ ସମ୍ପୂର୍ଣ ନିଃଶୁଳ୍କ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ କିସ କିଟ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଡା. ଅଚ୍ୟୁତ ସାମନ୍ତ କିସର ଛାତ୍ରଛାତ୍ରୀମାନଙ୍କ ଉଚ୍ଚ ଶିକ୍ଷା, ଗୁଣାତ୍ମକ ଶିକ୍ଷା ଓ ଅନ ଲାଇନ ଶିକ୍ଷା ବ୍ୟବସ୍ଥାକୁ ଅନବରତ ଜାରି ରଖିବା କାର୍ଯ୍ୟକ୍ରମ ହାତକୁ ନେଇ ସାରା ବିଶ୍ୱରେ ଉଦାହରଣ ସୃଷ୍ଟି କରିଛନ୍ତି । କରୋନା କଟକଣା ପରିସ୍ଥିତିରେ କିସ ଛାତ୍ରଛାତ୍ରୀମାନଙ୍କୁ ନିରବଛିନ୍ନ ମାଗଣା ଶିକ୍ଷା ଦାନ ପାଇଁ କିସ ତରଫରୁ ଅନଲାଇନ ଲାଇଭ କ୍ଲାସ ଏବଂ କଳିଙ୍ଗ ଟିଭି ମାଧ୍ୟମରେ ଲାଇଭ କ୍ଲାସ ଶିକ୍ଷା ପ୍ରଦାନ କରାଯାଉଛି ।

କିସ କିଟ ପ୍ରତିଷ୍ଠାତା ଡା. ଅଚ୍ୟୁତ ସାମନ୍ତଙ୍କ ଅବଦାନ ଫଳରେ ୧୬ ତମ ପର୍ଯ୍ୟାୟ ତଥା ୨୦୨୧ ଚଳିତ ନୂତନ ଶିକ୍ଷା ବର୍ଷର ତୃତୀୟ ପର୍ଯ୍ୟାୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପାଇଁ ଶୁଖିଲା ଖାଦ୍ୟ ସାମଗ୍ରୀ ଓ ସାନିଟାଇଜର ଆଦି ସମସ୍ତ ବ୍ଲକରେ ବଣ୍ଟନ କରାଯାଇଛି । ସୂଚନାଯୋଗ୍ୟଯେ ଲକଡାଉନ କଟକଣା ଯୋଗୁଁ ମାର୍ଚ୍ଚ ୨୦୨୦ ଦ୍ଵିତୀୟ ସପ୍ତାହରୁ ଭାରତ ତଥା ଓଡିଶାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । କିସର ଛାତ୍ରଛାତ୍ରୀମାନଙ୍କ ସୁରକ୍ଷା ଚିନ୍ତା ସହିତ ପାଠପଢା ଅବ୍ୟାହତ ରଖିବା ପାଇଁ କିସ ଆଦିବାସୀ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଡା. ସାମନ୍ତ ଛାତ୍ରଛାତ୍ରୀମାନଙ୍କୁ ପାଠ୍ୟ ପୁସ୍ତକ ସହିତ ପ୍ରଥମ । କିସ ତରଫରୁ ପ୍ରଦତ୍ତ ବିଭିନ୍ନ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ରେଟିଟିଲାଗଡ଼ ବ୍ଲକ ସଭାପତି ପଦ୍ମନ ପ୍ରଧାନୀ, ଜିଲ୍ଲା ସମ୍ପାଦକ ହେମେନ୍ଦ୍ର ନାଥ ହାଁସଦା, ଜଗନ୍ନାଥ ମାଝି, ସୁନୀଲ ମାଝି, ଘାସିରାମ ମାଝି, ଇନ୍ଦ୍ରମଣି ମାଝି, ନିତ୍ୟାନନ୍ଦ ମାଝି, ଥବିର ପୁଝାରୀ ଓ ଦେବସିଂ ମାଝି ପ୍ରମୁଖ ସହଯୋଗ କରିଥିଲେ ।

Leave a Reply

Your email address will not be published.