କିସ ଆଦିବାସୀ ଛାତ୍ରଛାତ୍ରୀମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଟିଟିଲାଗଡ଼, (ନାଗରାଜ ନ୍ୟୁଜ ): ଆଦିବାସୀ ଭବନ ଠାରେ କିସ ଆଦିବାସୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପୁଣି ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି । କରୋନା ମହାମାରୀ ଜନିତ କଟକଣା ସମୟରେ ସମ୍ପୂର୍ଣ୍ଣ ନିଃଶୁଳ୍କ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ କିସ କିଟ ବିଶ୍ଵ ବିଦ୍ୟାଳୟର ପ୍ରତିଷ୍ଠାତା ଡା. ଅଚ୍ୟୁତ ସାମନ୍ତ ଛାତ୍ରଛାତ୍ରୀମାନଙ୍କ ଉଚ୍ଚ ଶିକ୍ଷା, ଗୁଣାତ୍ମକ ଶିକ୍ଷା ଓ ଅନଲାଇନ ଶିକ୍ଷା ବ୍ୟବସ୍ଥାକୁ ଅନବରତ ଜାରୀ ରଖିବା କାର୍ଯ୍ୟକ୍ରମ ହାତକୁ ନେଇ ସାରା ବିଶ୍ୱରେ ଉଦାହରଣ ସୃଷ୍ଟି କରିଛନ୍ତି । କରୋନା କଟକଣା ପରିସ୍ଥିତିରେ ଛାତ୍ରଛାତ୍ରୀମାନଙ୍କ ପାଇଁ କଳିଙ୍ଗ ଟିଭି ମାଧ୍ୟମରେ ଲାଇଭ କ୍ଳାସ ଶିକ୍ଷା ଦିଆଯାଉଛି ।

ଆଜିର ଶୁଖିଲା ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମରେ ବ୍ଲକ ସଭାପତି ପଦ୍ମନ ପ୍ରଧାନୀ, ଜିଲ୍ଲା ସଭାପତି ହେମେନ୍ଦ୍ର ନାଥ ହାଁସଦା, ବ୍ଲକ ସମ୍ପାଦକ ଘାସିରାମ ମାଝୀ, ନଗର ସଭାପତି ନିତ୍ୟାନନ୍ଦ ମାଝୀ, ସୁନୀଲ କୁମାର ମାଝୀ, ଇନ୍ଦ୍ରମଣି ମାଝୀ, ଜଗନ୍ନାଥ ମାଝୀ, ମନୋଜ ମାଝୀ ଓ ନାରୀ ନେତ୍ରୀ ମାହେଶ୍ୱରୀ ମାଝୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।

Leave a Reply

Your email address will not be published.