ବିଦେଶୀ ମଦ ଜବତ, ୩ ଗିରଫ

ଖଇରା, (ନାଗରାଜ ନ୍ୟୁଜ): ଭଦ୍ରକ ଅବକାରୀ ଅଧିକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ପାଟୁଳି, ସରସଦା, ରଣାଡିହ ଓ ଭଣ୍ଡାରିପୋଖରୀ ବଜାର ଏବଂ ଧାମନଗର ଥାନା ଅନ୍ତର୍ଗତ ବାରିକପୁର ବଜାର ଅଞ୍ଚଳରେ ଚଢାଉ କରାଯାଇଥିଲା । ୩୩.୬୬୦ ଲିଟର ବିଦେଶୀ ମଦ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ମୋଟ ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ପାଟୁଳି ଗ୍ରାମର ।  ଜବତ ହୋଇଥିବା ମଦର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏ.ଏସ୍‌.ଆଇ ପୁରୁଷୋତ୍ତମ ମଲ୍ଲିକ ଓ ନନ୍ଦୁ ନାୟକ, କନେଷ୍ଟବଳ ପ୍ରଦୀପ ମଲ୍ଲିକ, ଅଜିତ କୁମାର ସିଙ୍କୁ, ରମେଶ ନାୟକ, ଅନବାଦିତ୍ୟ ବାରିକ, ଜେମାମଣି ଜାମୁଡା ପ୍ରଭୃତି ସାମିଲ ଥିଲେ । ଏନେଇ ଧାମନଗର ଅବକାରୀ ଥାନା ପକ୍ଷରୁ ୩ ଗୋଟି ମାମଲା ରୁଜ୍ଜୁ କରାଯାଇଛି । ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ମଦମୁକ୍ତ କରିବା ପାଇଁ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଜୋରଦାର ଚଢ଼ାଉ କରାଯାଉଛି ।

Leave a Reply

Your email address will not be published.