ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ

ସୁନ୍ଦରଗଡ଼, (ନାଗରାଜ ନ୍ୟୁଜ): ଲଇକେରା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳଙ୍କ ଆଜି ‌ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ବର୍ଷ ହୋଇଥିଲା । ତାଙ୍କ ବିୟୋଗରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି । ଏବଂ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ମଧ୍ୟ ଘଟିଯାଇଛି । କିଛି ଦିନ ପୂର୍ବେ ସେ ନିଜ ଗ୍ରାମ ଝାରସୁଗୁଡ଼ା ଜିଲ୍ଲାର ଠାକୁରପଡା‌ ଠାରେ ପ୍ରାତଃ ଭ୍ରମଣ କରୁଥିବା ସମୟରେ ପଡିଯାଇ ଅସୁସ୍ଥ ହୋଇପଡିଥିଲେ । ସେସମୟର ଡାକ୍ତରଖାନାରେ ଭର୍ତ୍ତି ହୋଇ ଘରକୁ ଫେରିଥିଲେ ମଧ୍ୟ ଜ୍ଵର ଏବଂ ଦୁର୍ବଳ ହୋଇଯିବାରୁ ତାଙ୍କୁ ପୁଣି ଭୂବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ପରିବାରଲୋକେ‌ ଭର୍ତ୍ତି କରାଯାଇଥିଲା । ହେଲେ ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି ।

Leave a Reply

Your email address will not be published.