୧୦ଟି ଜିଲ୍ଲାରେ ଖୋଲିବ ନର୍ସିଂ କଲେଜ୍: ନବ କିଶୋର ଦାସ

ଭୂବନେଶ୍ଵର: ରାଜ୍ୟରେ ସୁଦୃଢ଼ ସ୍ୱାସ୍ଥ୍ୟସେବା ପାଇଁ ୧୦ ଗୋଟି ଜିଲ୍ଲାରେ ନର୍ସିଂ କଲେଜ୍ ଖୋଲିବା ପାଇଁ ସରକାର ଯୋଜନା ଆରମ୍ଭ କରିଦେଇଛନ୍ତି । ଆଗକୁ କରୋନାର ତୃତୀୟ ଲହର ଆସୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଥିବାର ଅନୁମାନ କରାଯାଉଛି ।

ମୟୂରଭଞ୍ଜ, ବଲାଙ୍ଗିର, କୋରାପୁଟ, ବାଲେଶ୍ୱର, ଝାରସୁଗୁଡ଼ା, ପୁରୀ, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ନର୍ସିଂ କଲେଜ ଖୋଲିବ । ସବୁ କଲେଜରେ ୬୦ଟି ଲେଖାଏଁ ସିଟ୍ ରହିବ । ଏଥିସହ ପରବର୍ତ୍ତୀ ସମୟରେ ଏହି ସିଟ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ଏଥିସହ ଝାରସୁଗୁଡ଼ା ଜିଲ୍ଲାରେ ଚଳିତବର୍ଷ ହାର୍ଟ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ।

Leave a Reply

Your email address will not be published.