ସଡକ ଦୁର୍ଘଟଣାରେ ଜଣେ ଗୁରୁତର ଆହତ

କଟକ, (ନାଗରାଜ ନ୍ୟୁଜ): ମାହାଙ୍ଗା ଥାନା କୁଆଁପାଳ ବାଲିଚନ୍ଦ୍ରପୁର ଦେଇ ଯାଇଥିବା ପଟ୍ଟାମୁଣ୍ଡାଇ କେନାଲ ବନ୍ଧର ବାଗସର ପୁର ଠାରେ ଏକ ସଡକ ଦୁର୍ଘଟଣା ଘଟିଛି । ବାଇକ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି । ବାଇକ ଚାଳକ ଜଣକ କଲ୍ୟାଣପୁର ଗ୍ରାମର ବିଷ୍ଣୁ ଚରଣ ଦାସ ବୋଲି ଚିହ୍ନଟ ହେବା ପରେ ସ୍ଥାନୀୟ ଲୋକେ ଉଦ୍ଧାର କରିବା ପରେ ତାଙ୍କୁ ପ୍ରଥମେ ମାହାଙ୍ଗା ସରକାରୀ ହସ୍ପିଟାଲ ଓ ସେଠାରୁ କଟକ ସ୍ଥାନାନ୍ତର କରାଯାଇଛି । ବିଷ୍ଣୁଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ସୂଚନା ମିଳିଛି । ପୋଲିସ ଗାଡି ଦୁଇଟିକୁ ଜବତ କରି ତଦନ୍ତ ଜାରୀ ରଖିଛି ।

Leave a Reply

Your email address will not be published.