ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ, (ନାଗରାଜ ନ୍ୟୁଜ): ପୁରୀରେ ପହଞ୍ଚିଲେ ମହାମହୀମ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସ୍ୱତନ୍ତ୍ର ବାୟୁସେନା ହେଲିକପ୍ଟରରେ ପୁରୀ ଗସ୍ତ କରିଥିଲେ ରାଷ୍ଟପତି । ବର୍ତ୍ତମାନ ରାଷ୍ଟ୍ରପତି ପୁରୀରେ ପହଞ୍ଚି ସାରିଛନ୍ତି । ପୁରୀ ରାଜଭବନରେ କିଛି ସମୟ ରହିବା ପରେ ସଂଧ୍ୟାରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ଏନେଇ ଶ୍ରୀମନ୍ଦିର ଚର୍ତୁପାଶ୍ୱର୍ରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।
ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ୱତନ୍ତ୍ର କାରକେଡ୍ ମଧ୍ୟରେ ରାଜଭବନ ନିଆଯାଇଛି । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ରହିଛନ୍ତି ।

Leave a Reply

Your email address will not be published.