ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ,(ନାଗରାଜ ନ୍ୟୁଜ): ମସିହା ର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଗତ ୨୦୨୨ର ରଥଯାତ୍ରା ପ୍ରଭୁ ଙ୍କ ଆଶୀର୍ବାଦ ଓ ସମସ୍ତ ଙ୍କ ସହଯୋଗ ରେ ଅତ୍ୟନ୍ତ ଶୃଙ୍ଖଳିତ ଭାବେ ପରିଚାଳିତ ହୋଇ ଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଚଳିତ ବର୍ଷ ମଧ ଅନୁରୂପ ଭାବେ ସମସ୍ତ କାର୍ଯ୍ୟ କୁ ସମ୍ମିଳିତ ଉଦ୍ୟମ ରେ ସଫଳ କରିବାକୁ ସେ ଆହ୍ଵାନ ଦେଇଥିଲେ। ବିଭିନ୍ନ ବିଭାଗ କୁ ଯେଉଁ ଦାୟିତ୍ୱ ଦିଆଯାଉଛି ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡା ସଂଗ୍ରହ, ନୀତି ସଂପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ,ପାର୍କିଂ ସ୍ଥଳ,ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧ ରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏସ ପି ଡା କନୱର ବିଶାଲ ସିଂ ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷା ର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହ ସମସ୍ତ କାର୍ଯ୍ୟ ର ସଫଳତା ପାଇଁ ସମ୍ମିଳିତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ।ଅସୁରକ୍ଷିତ ବିଲ୍ଡିଂ ର ଚିହ୍ନଟ ଓ କାର୍ଯ୍ୟାନୁଷ୍ଠାନ, ଅଗ୍ନି ନିର୍ବାପକ ବ୍ୟବସ୍ଥା ର ସମୀକ୍ଷା ଇତ୍ୟାଦି କୁ ଯୁଗ୍ମ ତଦନ୍ତ ମାଧ୍ୟମରେ ତ୍ୱରାନ୍ୱିତ ପାଇଁ ସେ ପରାମର୍ଶ ଦେଇଥିଲେ।ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ମାନେ ରଥଯାତ୍ରା ର ସଫଳ ଆୟୋଜନ ପାଇଁ ବିବିଧ ମତାମତ ସହ ରଥଯାତ୍ରା କୁ ୟୁନୋସ୍କୋ ଐତିହ୍ୟ ମାନ୍ୟତା ସମ୍ପର୍କରେ ଆଲୋକପାତ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ଏମ ସି ସଦସ୍ୟ ଅନନ୍ତ ତିଆଡି,ଦୂର୍ଗା ପ୍ରସାଦ ଦାସମହାପାତ୍ର, ମାଧବ ଚନ୍ଦ୍ର ପୂଜାପଣ୍ଡା, ଜଗନ୍ନାଥ ସିଂହାରୀ,ମାଧବ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଦିଲ୍ଲୀପ କୁମାର ମହାପାତ୍ର,ଶ୍ରୀମନ୍ଦିର ନିତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପଜିଲ୍ଲାପାଳ ଭବତାରଣ ସାହୁ,ଅତିରିକ୍ତ ଏସ ପି ମିହିର କୁମାର ପଣ୍ଡା, ପୌରନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ସୁଜାତା ମିଶ୍ର ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ସୂଚନା ଯୋଗ୍ୟ ଯେ ଚଳିତ ବର୍ଷ ରଥଯାତ୍ରା ଜୁନ ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଦେବସ୍ନାନ ପୂର୍ଣ୍ଣିମା ଜୁନ ୪ ତାରିଖରେ ଅନୁଷ୍ଠିତ ହେବ।

Leave a Reply

Your email address will not be published.