ସିଦ୍ଧବକୁଳ ଲେନରେ ଶିଶୁକନ୍ୟାକୁ ଦୁଷ୍କର୍ମ ଘଟଣାର ଅଭିଯୁକ୍ତ ଗିରଫ

ପୁରୀ, (ନାଗରାଜ ନ୍ୟୁଜ ): ପୁରୀ ଟାଉନ ଥାନା ଅନ୍ତର୍ଗତ ସିଦ୍ଧବକୁଳ ଲେନରେ ଶିଶୁକନ୍ୟାକୁ ଦୁଷ୍କର୍ମ ଘଟଣାର ଅଭିଯୁକ୍ତକୁ ଗିରଫ କରିବାରେ ସକ୍ଷମ ହୋଇଛି ପୁରୀ ପୋଲିସ । ପୁରୀ ପୋଲିସର ସ୍ବତନ୍ତ୍ର ଟିମ୍ ଅଭିଯୁକ୍ତ ମହେଶ ମହାନ୍ତିକୁ ଗିରଫ କରିଛି । ଏସପିଙ୍କ ନିର୍ଦ୍ଦେଶ କ୍ରମେ ପୋଲିସର ଚାରି ଜଣିଆ ଟିମ ବିଭିନ୍ନ ସ୍ଥାନରେ ଚଢାଉ କରୁଥିବା ବେଳେ ଘଟଣାର ଚାରିଦିନ ପରେ ଅଭିଯୁକ୍ତ ମହେଶ ମହାନ୍ତିକୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ମହେଶ ମହାନ୍ତିକୁ ଗିରଫ ପରେ ଅଧିକ ପଚରାଉଚରା କରାଯାଉଥିବା ନେଇ ଏକ ଟ୍ବିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ଏସପି କନୱର ବିଶାଳ ସିଂ । ଗତ ୨୩ ତାରିଖରେ ପୁରୀ ଟାଉନ ଥାନା ଅନ୍ତର୍ଗତ ସିଦ୍ଧବକୁଳ ଲେନରେ ଜଣେ ପାଞ୍ଚ ବର୍ଷର ଶିଶୁ କନ୍ୟାକୁ ଅଭିଯୁକ୍ତ ମହେଶ ମହାନ୍ତି ଦୁଷ୍କର୍ମ କରି ଫେରାର ହୋଇଯାଇଥିଲା । ଏନେଇ ଟାଉନ ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣାର ୪ ଦିନ ପରେ ଅଭିଯୁକ୍ତକୁ ଆଜି ପୋଲିସ ଗିରଫ କରିବାରେ ସଫଳ ହୋଇଛି ।

Leave a Reply

Your email address will not be published.