ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ପଇତା ଲାଗି ନୀତି ଅନୁଷ୍ଠିତ

ପୁରୀ,(ନାଗରାଜ ନ୍ୟୁଜ): ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହି ବିଶେଷ ନୀତି ପାଇଁ ଆଜି ଅପରାହ୍ନ 4 ଟା ରୁ ରାତ୍ର 8 ଟା ଯାଏ ଶ୍ରୀମନ୍ଦିର ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀଜୀଉ ମାନଙ୍କ ପଇତା ଲାଗି ନୀତି ଦ୍ଵତୀୟ ଭୋଗମଣ୍ଡପ ପରେ ପରେ ଅନୁଷ୍ଠିତ ହେବ । ଏହି ପଇତା ଲାଗି ସେବା ଦଇତାପତି ସେବକ ମାନଙ୍କର ଏକ ଗୋଷ୍ଟି ଗତ ସେବା ଅଟେ । ଶ୍ରୀଜୀଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟର। ସେବକଙ୍କୁ ପଇତା ବୋଳିବାପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି। ପଇତା ବୋଳି ସାରି ପାଟରା ସେବକ ଉକ୍ତ ଦିନ ଦେଉଳ କାରଣ ଙ୍କୁ ଯୋଗାଇଥାନ୍ତି । ଏହା ଏକ ଗୁପ୍ତ ନୀତି ହୋଇ ଥିବା ରୁ ପଇତାଲାଗି ନୀତି ସମୟ ରେ ସାଧାରଣ ଦର୍ଶନ ବନ୍ଦ ରହେ ।

Leave a Reply

Your email address will not be published.