କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସବୁଜ ପତାକା ପ୍ରଦର୍ଶନ କରି ଶୁଭାରମ୍ଭ କଲେ ପୁରୀ-ହଟିଆ-ପୁରୀ ଏକ୍ସପ୍ରେସ

ପୁରୀ, (ନାଗରାଜ ନ୍ୟୁଜ): କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଶୁକ୍ରବାର ସନ୍ଧ୍ୟାରେ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସର ରାଜଧାନୀ କୋଚ ସହିତ ଚଳାଚଳକୁ ଭିଡିଓ କନଫରେନସିଂ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି । ଶିକ୍ଷା ଓ ଦକ୍ଷତା ବିକାଶ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଉତ୍ସବରେ ଭିଡିଓ କନଫରେନ୍ସିଂରେ ଯୋଗ ଦେଇଥିଲେ । ଯାତ୍ରୀମାନଙ୍କୁ ଉନ୍ନତ ତଥା ଆରାମଦାୟକ ଯାତ୍ରା ଯୋଗାଇବା ପାଇଁ ରେଳବାଇ ପକ୍ଷରୁ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସକୁ ବର୍ତ୍ତମାନର ପ୍ରଚଳିତ କୋଚ ପରିବର୍ତ୍ତେ ଉନ୍ନତମାନର ରାଜଧାନୀ କୋଚ ଭଳି ଲିଙ୍କେ-ହୋଫମାନ-ବୁଶ କୋଚ ସହିତ ଚଳାଚଳ କରାଯିବ । ଏହି ସୁବିଧା ଆରାମଦାୟକ ଯାତ୍ରା ଅଭିଜ୍ଞତା ଏବଂ କମ୍ ଶବ୍ଦ ସହିତ ସୁରକ୍ଷାକୁ ବୃଦ୍ଧି କରାଇବ ବୋଲି ରେଳ ମନ୍ତ୍ରୀ କହିଥିଲେ ।

ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବିଧାୟକ ସୁରେଶ କୁମାର ରାଉତରାୟ ଭୁବନେଶ୍ୱର ରେଳ ଷ୍ଟେସନରେ ସମ୍ମାନୀୟ ଅତିଥି ଭାବରେ ଯୋଗଦାନ କରିଥିବାବେଳେ ପୁରୀଠାରେ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ସମ୍ମାନୀତ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ । ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ କାର୍ୟ୍ୟ ତ୍ୱରାନ୍ୱିତ କରିବା ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯାହା ଦ୍ୱାରା ଚାଲୁରହିଥିବା ପ୍ରକଳ୍ପ ଶୀଘ୍ର ଶେଷ ହେବ । ପରିଶେଷରେ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ନୀଳ ପତକା ଦେଖାଇ ପୁରୀ ହଟିଆ ଟ୍ରେନକୁ ଉଦଘାଟନ କରିଥିଲେ ।

Leave a Reply

Your email address will not be published.