ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କ୍ଷେତ୍ର ପରିଦର୍ଶନ ଓ ସମୀକ୍ଷା

Spread the love

ପୁରୀ,(ନାଗରାଜ ନ୍ୟୁଜ): ଚଳିତ ମାସ ୨୩ ତାରିଖରେ ସୁଆଣ୍ଡୋ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସହ ଗୋପବନ୍ଧୁ ସଂଗ୍ରାହାଳୟ ଓ ଅନ୍ୟାନ୍ୟ ପ୍ରକଳ୍ପର ଉଦଘାଟନ କାର୍ଯ୍ୟକ୍ରମ ରହିଛି।ଏହାକୁ ସୁଚାରୁ ରୁପେ ପରିଚାଳନା ପାଇଁ ଆଜି ପ୍ରଶାସନ ପକ୍ଷରୁ କ୍ଷେତ୍ର ପରିଦର୍ଶନ ଓ ଅଗ୍ରଗତି ଅନୁଧ୍ୟାନ କରାଯାଇଥିଲା।ଏଥିରେ ସତ୍ୟବାଦୀ ବିଧାୟକ ଶ୍ରୀ ଉମାକାନ୍ତ ସାମନ୍ତରାୟ, ସଂସ୍କୃତି ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ, ସଂସ୍କୃତି ବିଭାଗର ଅତିରିକ୍ତ ସଚିବ ଶ୍ରୀ ମଧୁସୂଦନ ଦାସ,ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଶ୍ରୀ କୈଳାସ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ସଂସ୍କୃତି ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ,ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ଶ୍ରୀ ସୁନିଲ କୁମାର ପଣ୍ଡା, ପୂର୍ତ୍ତ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଇଂ ଅଜିତ କୁମାର ମହାପାତ୍ର, ପ୍ରମୁଖ ଯୋଗ ଦେଇ ବିଭିନ୍ନ କାର୍ଯ୍ୟ ର ସମୀକ୍ଷା କରିଥିଲେ।ଅସ୍ଥାୟୀ ହେଲିପ୍ୟାଡ ନିର୍ମାଣ, ସଭାମଞ ବ୍ୟବସ୍ଥା, ଆଇନ ଶୃଙ୍ଖଳା ରକ୍ଷା, ପାର୍କିଂ ବ୍ୟବସ୍ଥା, ଗମନାଗମନ, ଅସ୍ଥାୟୀ ଚିକିତ୍ସା ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯିବା ସହ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।ଏଥିରେ ସ୍ଥାନୀୟ ବିଡ଼ିଓ ଶ୍ରୀ ଲୋଚନ ଦାସ, ତହସିଲଦାର ଶ୍ରୀ ଜୟନ୍ତ ଜୟ ସିଂ, ଆଇଆଇସି ଶ୍ରୀ ବିଜୟ କାନ୍ତ ବେହେରା, ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ ବେହେରା, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରଘୁନାଥ ସେଠୀ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *