ରାଜ୍ୟରେ ଆଉ ୭ ମୁଣ୍ଡ ନେଲା ମହାମାରୀ

Spread the love

ଭୂବନେଶ୍ଵର, (ନାଗରାଜ ନ୍ୟୁଜ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି  । ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଭଦ୍ରକ,କଟକ, ଅନୁଗୁଳ, ବାଲେଶ୍ବର ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published. Required fields are marked *