ଆଜିର ରାଶି ଚକ୍ର ଓ ପଞ୍ଜିକା

          ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଜୁନ ମାସ ୧୫ ତାରିଖ ୨୦୨୧ ମସିହା(ମଙ୍ଗଳବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ରାକ୍ଷସ*
*ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ*
*ତିଥି-ପଞ୍ଚମୀ ରାତ୍ରି ଘ ୧୦/୪୪ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ*
*ନକ୍ଷତ୍ର- ଅଶ୍ଳେଷା ରାତ୍ରି ଘ ୧୦/୦୬ ପର୍ଯ୍ୟନ୍ତ ତଦନ୍ତେ ମଘା*
*ଚନ୍ଦ୍ର-କର୍କଟ ରାତ୍ରି ଘ ୧୦/୦୬ ପର୍ଯ୍ୟନ୍ତ ତଦନ୍ତେ ସିଂହ*
*ଯୋଗ-ବ୍ୟାଘାତ*
*କରଣ-ବବ*
*ସୌରମାସ-ମିଥୁନ ୦୧ ଦିନ*
*ଅଦ୍ୟ ରଜ ସଂକ୍ରାନ୍ତି*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୪୪*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୧୯*
*✧═════•❁❀❁•═════✧*
*ଯୋଗିନୀ ଦକ୍ଷିଣେ ରାତ୍ରି ଘ ୧୦/୪୪ ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ*
*କର୍କଟ ଓ ମକର ରାଶିର ଘାତଚନ୍ଦ୍ର*
*ମକର ରାଶିର ଘାତବାର*
*ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳ। -ଦିବା ଘ ୦୧/୨୬ଗତେ ଘ୦୩/୦୫ ମଧ୍ୟେ*
*ବାରବେଳ।- ଦିବା ଘ ୦୬/୫୦ଗତେ ଘ୦୮/୩୦ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ଦିବା ଘ୦୬/୪୯ ମଧ୍ୟେ ଓ ଘ୦୯/୧୧ଗତେ ଘ୧୧/୩୪ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ଦିବା ଘ୦୩/୩୭ ଗତେ ଘ ୦୪/୨୩ ମଧ୍ୟେ ଓ ରାତ୍ରି ଘ୦୮/୪୭ ଗତେ ଘ ୧୦/୨୩ ମଧ୍ୟେ*
*═✧*══•❁❀❁•═════✧
*ଆଦ୍ୟ ମୂଳା ରାତ୍ରି ଘ ୧୦/୧୩ ଗତେ ବେଲ ଭକ୍ଷଣ ନିଷେଧ*
═✧*══•❁❀❁•═════✧*
                   ଆଜିର ରାଶିଚକ୍ର
*✧═════•❁❀❁•═════✧*
*ମେଷ ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।*
*✧═════•❁❀❁•═════✧*
*ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।*
*✧═════•❁❀❁•═════✧*

* ମିଥୁନ-ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।*
*✧═════•❁❀❁•═════✧*

*କର୍କଟ-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।*
*✧═════•❁❀❁•═════✧*

*ସିଂହ-ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।*
*✧═════•❁❀❁•═════✧*
*କନ୍ୟା-ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।*

*✧═════•❁❀❁•═════✧*
*ତୁଳା-ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।*
*✧═════•❁❀❁•═════✧*

*ବିଛା-ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।*

*✧═════•❁❀❁•═════✧*
*ଧନୁ-ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।*
*✧═════•❁❀❁•═════✧*

*ମକର-ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।*
*✧═════•❁❀❁•═════✧*

*କୁମ୍ଭ-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।*

*✧═════•❁❀❁•═════✧*
* ମୀନ-ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।*
*✧═════•❁❀❁•═════✧*

Leave a Reply

Your email address will not be published.