ଆଜିର ରାଶି ଚକ୍ର ଓ ପଞ୍ଜିକା

ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଜୁନ ମାସ ୦୭ ତାରିଖ ୨୦୨୧ ମସିହା(ସୋମବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ରାକ୍ଷସ*
*ଜ୍ୟେଷ୍ଠମାସ-କୃଷ୍ଣପକ୍ଷ*
*ତିଥି-ଦ୍ଵାଦଶୀ ଦିବା ଘ ୦୮/୫୭ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ*
*ନକ୍ଷତ୍ର-ଦ୍ଵିଜା*
*ଚନ୍ଦ୍ର-ମେଷ*
*ଯୋଗ- ଶୋଭନ*
*କରଣ- ତୈତିଳ*
*ସୌରମାସ-ବୃଷ ୨୪ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୦୪*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୦/୪୯*
*✧═════•❁❀❁•═════✧*
*ଯୋଗିନୀ ନୈଋତେ ପ୍ରାତଃ ଘ ୦୮/୫୭ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ*
*ମେଷ ରାଶିର ଘାତଚନ୍ଦ୍ର*
*ମିଥୁନ ରାଶିର ଘାତବାର*
*ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*ବାରବେଳ। -ଦିବା ଘ ୦୩/୦୪ଗତେ ଘ୦୪/୪୨ ମଧ୍ୟେ*
*କାଳବେଳ।- ଦିବା ଘ ୦୬/୫୦ଗତେ ଘ୦୮/୨୭ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ଦିବା ଘ୦୮/୨୮ ଗତେ ଘ ୦୯/୫୯ ମଧ୍ୟେ ଓ ରାତ୍ରି ଘ୦୯/୩୩ଗତେ ଘ୧୨/୪୪ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।-ରାତ୍ରି ଘ୦୫/୪୫ଗତେ ଘ୦୫/୧୦ ମଧ୍ୟେ*
*═✧*══•❁❀❁•═════✧

ଆଜିର ରାଶି ଚକ୍ର
*✧═════•❁❀❁•═════✧*
*ମେଷ:ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।*
*✧═════•❁❀❁•═════✧*
*ବୃଷ:ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |*
*✧═════•❁❀❁•═════✧*
*ମିଥୁନ:ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |*
*✧═════•❁❀❁•═════✧*
*କର୍କଟ:ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।*
*✧═════•❁❀❁•═════✧*
*ସିଂହ:ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |*
*✧═════•❁❀❁•═════✧*
*କନ୍ୟା:ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |*
*✧═════•❁❀❁•═════✧*
*ତୁଳା:ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |*
*✧═════•❁❀❁•═════✧*
*ବିଛା:ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |*
*✧═════•❁❀❁•═════✧*
*ଧନୁ:ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |*
*✧═════•❁❀❁•═════✧*
*ମକର :ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।*
*✧═════•❁❀❁•═════✧*
*କୁମ୍ଭ:ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |*
*✧═════•❁❀❁•═════✧*
*ମୀନ;ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।*
*✧═════•❁❀❁•═════✧*

Leave a Reply

Your email address will not be published.