ଆଜିର ରାଶି ଚକ୍ର ଓ ପଞ୍ଜିକା

                     ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଜୁନ ମାସ ୨୮ ତାରିଖ ୨୦୨୧ ମସିହା(ସୋମବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ରାକ୍ଷସ*
*ଆଷାଢ଼ମାସ-କୃଷ୍ଣପକ୍ଷ*
*ତିଥି-ଚତୁର୍ଥୀ ଦିବା ଘ ୦୧/୫୩ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ*
*ନକ୍ଷତ୍ର- ଧନିଷ୍ଟା ରାତ୍ରି ଘ ୦୧/୦୧ ପର୍ଯ୍ୟନ୍ତ ତଦନ୍ତେ ଶତଭିସ।*
*ଚନ୍ଦ୍ର- ମକର ଦିବା ଘ ୦୧/୧୧ ପର୍ଯ୍ୟନ୍ତ ତଦନ୍ତେ କୁମ୍ଭ*
*ଯୋଗ-ବିସ୍କୁମ୍ଭ*
*କରଣ-ବ।ଳବ*
*ସୌରମାସ-ମିଥୁନ ୧୪ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୩୬*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୫୯*
*✧═════•❁❀❁•═════✧*
*ଯୋଗିନୀ ନୈରୁତେ ଦିବା ଘ ୦୧/୫୩ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ*
*ସିଂହ ରାଶିର ଘାତଚନ୍ଦ୍ର*
*ମିଥୁନ ରାଶିର ଘାତବାର*
*ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ପଞ୍ଚମୀ ର ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳ।-ଦିବା ଘ ୦୬/୫୧ଗତେ ଘ୦୮/୩୨ମଧ୍ୟେ*
*ବାରବେଳ।- ଦିବା ଘ ୦୩/୦୮ଗତେ ଘ୦୪/୪୭ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ଦିବା ଘ୦୮/୩୩ ଗତେ ଘ୧୦/୦୨ମଧ୍ୟେ ଓ ଘ୦୮/୩୭ ଗତେ ଘ୧୨/୫୨ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।-ରାତ୍ରି ଘ୦୪/୦୨ ଗତେ ଘ୦୪/୫୦ ମଧ୍ୟେ*
*═✧*══•❁❀❁•═════✧
*ଆଦ୍ୟ ମୂଳା ଦିବା ଘ୦୧/୫୩ ଗତେ ବେଲ ଭକ୍ଷଣ ନିଷେଧ*
═✧*══•❁❀❁•═════✧
ଆଜିର ରାଶି ଚକ୍ର
*✧═════•❁❀❁•═════✧*
*ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।*
*✧═════•❁❀❁•═════✧*
*ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।*
*✧═════•❁❀❁•═════✧*
*ମିଥୁନ-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ନୂଆ ନିଯୁକ୍ତି ଯୋଗ ଅଛି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା କୃତକାର୍ଯ୍ୟ ହେବେ।*
*✧═════•❁❀❁•═════✧*
*କର୍କଟ -ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।*
*✧═════•❁❀❁•═════✧*
*ସିଂହ -ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ।*
*✧═════•❁❀❁•═════✧*
*କନ୍ୟା -ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।*
*✧═════•❁❀❁•═════✧*
*ତୁଳା- ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ।*
*✧═════•❁❀❁•═════✧*
*ବିଛା-ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ।*
*✧═════•❁❀❁•═════✧*

*ଧନୁ -ପରିଶ୍ରମର ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ।*
*✧═════•❁❀❁•═════✧*
*ମକର- ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ଦେଖାଦେବ।*
*✧═════•❁❀❁•═════✧*
*କୁମ୍ଭ -ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ।ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପ୍ରତିଯୋଗିତାରେ ବିଜୟୀ ହେବେ।*

*✧═════•❁❀❁•═════✧*
*ମୀନ-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ।*
*✧═════•❁❀❁•═════✧*

Leave a Reply

Your email address will not be published.