ଆଜିର ରାଶି ଚକ୍ର ଓ ପଞ୍ଜିକା

ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଜୁନ ମାସ ୨୯ ତାରିଖ ୨୦୨୧ ମସିହା(ମଙ୍ଗଳବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ରାକ୍ଷସ*
*ଆଷାଢ଼ମାସ-କୃଷ୍ଣପକ୍ଷ*
*ତିଥି-ପଞ୍ଚମୀ ଦିବା ଘ ୦୧/୦୬ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ*
*ନକ୍ଷତ୍ର- ଶତଭିସ। ରାତ୍ରି ଘ ୦୧/୧୮ ପର୍ଯ୍ୟନ୍ତ ତଦନ୍ତେ ପୂର୍ବ ଭାଦ୍ରପଦ*
*ଚନ୍ଦ୍ର- କୁମ୍ଭ*
*ଯୋଗ-ପ୍ରୀତି*
*କରଣ-ତୈତି ଳ*
*ସୌରମାସ-ମିଥୁନ ୧୫ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୪୬*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୧୯*
*✧═════•❁❀❁•═════✧*
*ଯୋଗିନୀ ଦକ୍ଷିଣେ ଦିବା ଘ ୦୧/୦୬ ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମ ରେ*
*ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର*
*ମକର ରାଶିର ଘାତବାର*
*ପଞ୍ଚମୀ ର ଏକୋଦିଷ୍ଟ ଓ ଷଷ୍ଠୀ ର ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳ।-ଦିବା ଘ ୦୧/୨୬ଗତେ ଘ୦୩/୨୮ମଧ୍ୟେ*
*ବାରବେଳ।- ଦିବା ଘ ୦୬/୫୧ଗତେ ଘ୦୮/୩୩ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ଦିବା ଘ୦୮/୩୪ ଗତେ ଘ୦୯/୧୫ମଧ୍ୟେ ଓ ଘ୧୧/୩୭ ଗତେ ଘ୦୧/୨୫ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।-ଦିବା ଘ୦୩/୪୦ ଗତେ ଘ୦୪/୨୭ ମଧ୍ୟେ ରାତ୍ରି ଘ୦୮/୫୦ ଗତେ ଘ୧୦/୨୭ ମଧ୍ୟେ*
*═✧*══•❁❀❁•═════✧
*ଆଦ୍ୟ ବେଲ ଦିବା ଘ୦୧/୦୬ଗତେ ନିମ୍ବ ଭକ୍ଷଣ ନିଷେଧ*
✧═════•❁❀❁•═════✧*
ଆଜିର ରାଶି ଚକ୍ର
*✧═════•❁❀❁•═════✧*
*ମେଷ*
*ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।*

*✧═════•❁❀❁•═════✧*
*ବୃଷ*
*ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।*
*✧═════•❁❀❁•═════✧*
*ମିଥୁନ*
*ଆଜି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି।*
*✧═════•❁❀❁•═════✧*

*କର୍କଟ*
*ଆଜି ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି।*
*✧═════•❁❀❁•═════✧*
*ସିଂହ*
*ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି।*
*✧═════•❁❀❁•═════✧*

*କନ୍ୟା*
*ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।*
*✧═════•❁❀❁•═════✧*

*ତୁଳା*
*ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ।*
*✧═════•❁❀❁•═════✧*
*ବିଛା*
*ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ।*

*✧═════•❁❀❁•═════✧*
ଧନୁ*
*ଆଜି ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ।*
*✧═════•❁❀❁•═════✧*
*ମକର*
*ଆଜି ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ। ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।*
*✧═════•❁❀❁•═════✧*
*କୁମ୍ଭ*
*ଆଜି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ।*

*✧═════•❁❀❁•═════✧*
*ମୀନ*
*ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ*
*✧═════•❁❀❁•═════✧*

Leave a Reply

Your email address will not be published.