ଆଜିର ରାଶି ଚକ୍ର ଓ ପଞ୍ଜିକା

ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଜୁଲାଇ ମାସ ୦୬ ତାରିଖ ୨୦୨୧ ମସିହା(ମଙ୍ଗଳବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର-ରାକ୍ଷସ*
*ଆଷାଢ଼ମାସ-କୃଷ୍ଣପକ୍ଷ*
*ତିଥି-ଦ୍ଵାଦଶୀ ରାତ୍ରି ଘ ୦୧/୦୧ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ*
*ନକ୍ଷତ୍ର- କୃତ୍ତିକା ଦିବା ଘ ୦୪/୦୩ ପର୍ଯ୍ୟନ୍ତ ତଦନ୍ତେ ରୋହିଣୀ*
*ଚନ୍ଦ୍ର- ବୃଷ*
*ଯୋଗ-ଶୂଳ*
*କରଣ-କୌଳବ*
*ସୌରମାସ-ମିଥୁନ ୨୨ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୬/୫୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୫୯*
*✧═════•❁❀❁•═════✧*
*ଯୋଗିନୀ ନୈରୁତେ ରାତ୍ରି ଘ ୦୧/୦୧ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ*
*ବିଛା ରାଶିର ଘାତଚନ୍ଦ୍ର*
*ମକର ରାଶିର ଘାତବାର*
*ଦ୍ୱାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳ। -ଦିବା ଘ୦୧/୨୮ ଗତେ ଘ୦୩/୦୮ ମଧ୍ୟେ*
*ବାରବେଳ।- ଦିବା ଘ୦୬/୫୬ଗତେ ଘ୦୮/୩୫ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। – ଦିବା ଘ୦୬/୫୫ ମଧ୍ୟେ ଓ ଘ୧୧/୩୯ ଗତେ ଘ୦୧/୨୭ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ଘ୦୩/୪୧ ଗତେ ଘ୦୪/୨୮ ମଧ୍ୟେ ରାତ୍ରି ଘ୦୮/୫୧ ଗତେ ଘ୧୦/୨୮ ମଧ୍ୟେ*
*═✧*══•❁❀❁•═════✧
*ଅଦ୍ୟ ପୋଇ ରାତ୍ରି ଘ୦୧/୦୧ ଗତେ ବାଇଗଣ ଭକ୍ଷଣ ନିଷେଧ*
*✧═════•❁❀❁•═════✧*
ଆଜିର ରାଶି ଚକ୍ର
*✧═════•❁❀❁•═════✧*
*ମେଷ**ଓ : *ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।*
*✧═════•❁❀❁•═════✧*
*ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*
*✧═════•❁❀❁•═════✧*
*ମିଥୁନ:* *ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।*
*✧═════•❁❀❁•═════✧*
*କର୍କଟ: ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।*
*✧═════•❁❀❁•═════✧*
*ସି˚ହ:ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।*
*✧═════•❁❀❁•═════✧*
*କନ୍ୟା: ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।*
*✧═════•❁❀❁•═════✧*
*ତୁଳା:* *ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।*
*✧═════•❁❀❁•═════✧*
*ବିଛା: କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।*
*✧═════•❁❀❁•═════✧*
*ଧନୁ: ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।*
*✧═════•❁❀❁•═════✧*
*ମକର:* *ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।*
*✧═════•❁❀❁•═════✧*
*କୁମ୍ଭ:ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।*
*✧═════•❁❀❁•═════✧*
*ମୀନ:ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ •❁❀❁•═════✧*

Leave a Reply

Your email address will not be published.