ଆଜିର ରାଶି ଚକ୍ର ଓ ପଞ୍ଜିକା

ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଜୁଲାଇ ମାସ ୧୮ ତାରିଖ ୨୦୨୧ ମସିହା(ରବିବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର-ରାକ୍ଷସ*
*ଆଷାଢ଼ମାସ-ଶୁକ୍ଳପକ୍ଷ*
*ତିଥି-ନବମୀ ରାତ୍ରି ଘ ୧୨/୪୬ ପର୍ଯ୍ୟନ୍ତ ତଦନ୍ତେ ଦଶମୀ*
*ନକ୍ଷତ୍ର- ସ୍ୱାତି ରାତ୍ରି ଘ ୦୧/୦୧ ପର୍ଯ୍ୟନ୍ତ ତଦନ୍ତେ ବିଶାଖା*
*ଚନ୍ଦ୍ର-ତୁଳା*
*ଯୋଗ-ସାଧ୍ୟ*
*କରଣ-ବ।ଳବ*
*ସୌରମାସ-କର୍କଟ ୦୩ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୨୧/୩୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୦୩*
*✧═════•❁❀❁•═════✧*
*ଯୋଗିନୀ ପୂର୍ବେ ରାତ୍ରି ଘ ୧୨/୪୫ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ*
*ମେଷ ରାଶିର ଘାତବାର*
*ନବମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳ। ଓ ବାରବେଳ।- ଦିବା ଘ୧୦/୧୨ ଗତେ ଘ୦୧/୩୦ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ଦିବା ଘ୦୬/୧୦ ଗତେ ଘ୦୯/୨୦ ମଧ୍ୟେ ଓ ରାତ୍ରି ଘ୦୮/୦୧ ଗତେ ଘ୦୯/୪୦ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ଘ୦୬/୦୮ ମଧ୍ୟେ ଓ ରାତ୍ରି ଘ୦୭/୧୪ ଗତେ ଘ୦୮/୦୧ ମଧ୍ୟେ*
*═✧*══•❁❀❁•═════✧
*ଅଦ୍ୟ ଲାଉ ଭକ୍ଷଣ ନିଷେଧ*
*═✧*══•❁❀❁•════
ଅଜିର ରାଶି ଚକ୍ର
*✧═════•❁❀❁•═════✧*
*ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।*
*✧═════•❁❀❁•═════✧*
*ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।*
*✧═════•❁❀❁•═════✧*
*ମିଥୁନ: ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।*
*✧═════•❁❀❁•═════✧*
*କର୍କଟ: କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।*
*✧═════•❁❀❁•═════✧*
*ସିଂହ : ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।*
*✧═════•❁❀❁•═════✧*
*କନ୍ୟା : ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।*
*✧═════•❁❀❁•═════✧*
*ତୁଳା : ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।*
*✧═════•❁❀❁•═════✧*
*ବିଛା : ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।*
*✧═════•❁❀❁•═════✧*
*ଧନୁ : ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।*
*✧═════•❁❀❁•═════✧*
*ମକର: ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।*
*✧═════•❁❀❁•═════✧*
*କୁମ୍ଭ : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।*
*✧═════•❁❀❁•═════✧*
*ମୀନ : ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।*

Leave a Reply

Your email address will not be published.