ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ଜାନୁଆରୀ ମାସ ୧୦ ତାରିଖ ୨୦୨୨ ମସିହା(ସୋମବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ପୌଷ- ଶୁକ୍ଳପକ୍ଷ
ତିଥି- ଅଷ୍ଟମୀ ଦିବା ଘ ୧୨/୩୦ ପର୍ଯ୍ୟନ୍ତ ତଦନ୍ତେ ନବମୀ
ନକ୍ଷତ୍ର- ରେବତୀ ଦିବା ଘ ୦୯/୩୩ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଵିନୀ
ଚନ୍ଦ୍ର- ମୀନ ଦିବା ଘ ୦୯/୩୩ ପର୍ଯ୍ୟନ୍ତ ତଦନ୍ତେ ମେଷ
ଯୋଗ- ଶିବ
କରଣ – ବବ
ସୌରମାସ- ଧନୁ ୨୬ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୨୮/୦୬
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୧/୦୮
ଯୋଗିନୀ ଐଶାନ୍ୟ ଦିବା ଘ ୧୨/୩୦ ପର୍ଯ୍ୟନ୍ତ ତଦନ୍ତେ ପୂର୍ବେ
ଧନୁ ରାଶିର ଘାତଚନ୍ଦ୍ର
ମିଥୁନ ରାଶିର ଘାତବାର
ନବମୀ ର ପାର୍ବଣ ଶ୍ରାଦ୍ଧ
କାଳବେଳ। -ଦିବା ଘ ୦୭/୪୭ ଗତେ ଘ୦୯/୧୦ ମଧ୍ୟେ
ବାରବେଳ। – ଦିବା ଘ ୦୨/୩୭ ଗତେ ଘ୦୪/୦୦ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ ୦୭/୪୬ ମଧ୍ୟେ ଓ ଘ ୦୯/୪୦ ଗତେ ଘ୧୨/୦୫ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
ଅଦ୍ୟ ନଡିଆ ଦିବା ଘ ୧୨/୩୦ ଗତେ ଲାଉ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ

ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।

ବୃଷ

ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।

ମିଥୁନ

ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।

କର୍କଟ

କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ ।

ସିଂହ

ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ।

କନ୍ୟା

ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ ।

ତୁଳା

ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।

ବିଛା

କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।

ଧନୁ

କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।

ମକର

ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।

କୁମ୍ଭ

ଅଟକିଥିବା କାମ ପୁଣି ଆରମ୍ଭ କରିବେ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।

ମୀନ

ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି‌ ରଖିବେ । ମହିଳାମାନେ ଆନନ୍ଦିତ ହେବେ ।

Leave a Reply

Your email address will not be published.