ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ଜାନୁଆରୀ ମାସ ୧୨ ତାରିଖ ୨୦୨୨ ମସିହା(ବୁଧବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ପୌଷ- ଶୁକ୍ଳପକ୍ଷ
ତିଥି- ଦଶମୀ ଦିବା ଘ ୦୪/୪୮ ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ
ନକ୍ଷତ୍ର- ଦ୍ଵିଜା ଦିବା ଘ ୦୨/୪୦ ପର୍ଯ୍ୟନ୍ତ ତଦନ୍ତେ କୃତ୍ତିକା
ଚନ୍ଦ୍ର- ମେଷ
ଯୋଗ- ସାଧ୍ୟ
କରଣ – ଗର
ସୌରମାସ- ଧନୁ ୨୮ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୨୮/୪୬
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୨/୨୮
ଯୋଗିନୀ ଉତ୍ତରେ ଦିବା ଘ ୦୪/୪୭ ପର୍ଯ୍ୟନ୍ତ ତଦନ୍ତେ ଅଗ୍ନିକୋଣେ
ମେଷ ରାଶିର ଘାତଚନ୍ଦ୍ର
କର୍କଟ ରାଶିର ଘାତବାର
ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ଅଦ୍ୟ ଶାମ୍ବ ଦଶମୀ
କାଳବେଳ। -ଦିବା ଘ ୦୯/୦୭ ଗତେ ଘ୧୦/୩୦ ମଧ୍ୟେ
ବାରବେଳ। – ଦିବା ଘ ୧୧/୪୯ ଗତେ ଘ୦୧/୧୩ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ ୦୭/୧୬ ମଧ୍ୟେ ଓ ଘ ୦୮/୦୪ ଗତେ ଘ୦୮/୫୨ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ ୦୭/୧୭ ଗତେ ଘ୦୮/୦୩ ମଧ୍ୟେ ଓ ଘ ୦୨/୨୯ ଗତେ ଘ୦୪/୫୩ ମଧ୍ୟେ
ଅଦ୍ୟ କଳମଶାଗ ଦିବା ଘ ୦୪/୪୮ ଗତେ ଶିମ୍ବ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ

ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।

ବୃଷ

ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |

ମିଥୁନ

ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |

କର୍କଟ

ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।

ସିଂହ

ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |

କନ୍ୟା

ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |

ତୁଳା

ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |

ବିଛା

ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |

ଧନୁ

ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |

ମକର

ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।

କୁମ୍ଭ

ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |

ମୀନ

ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।

Leave a Reply

Your email address will not be published.