ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ଫେବୃୟାରୀ ମାସ ୧୯ ତାରିଖ ୨୦୨୨ ମସିହା(ଶନିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ଫାଲଗୁନ- କୃଷ୍ଣପକ୍ଷ
ତିଥି- ତୃତୀୟା ରାତ୍ରି ଘ ୧୦/୧୬ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ
ନକ୍ଷତ୍ର- ଉତ୍ତରା ଫା ସନ୍ଧ୍ୟା ଘ ୦୫/୪୫ ପର୍ଯ୍ୟନ୍ତ ତଦନ୍ତେ ହସ୍ତା
ଚନ୍ଦ୍ର- କନ୍ୟା
ଯୋଗ- ଧୃତି
କରଣ – ବାଣିଜ୍ୟ
ସୌରମାସ- କୁମ୍ଭ ୦୭ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୧୮/୦୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୪/୫୮
ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ ୧୦/୧୬ ପର୍ଯ୍ୟନ୍ତ ତଦନ୍ତେ ନୈରୁତେ
ବୃଷ ରାଶିର ଘାତ ଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶିର ଘାତବାର
ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ। -ଦିବା ଘ୦୭/୪୨ ମଧ୍ୟେ ଓ ଘ ୦୪/୨୦ ଗତେ ଘ୦୫/୪୭ ମଧ୍ୟେ
ବାର ବେଳା – ଦିବା ଘ ୦୧/୨୭ ଗତେ ଘ୦୨/୫୭ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୧୧/୨୨ ଗତେ ଘ୦୧/୨୭ ମଧ୍ୟେ ଓ ରାତ୍ରି ଘ୦୮/୦୮ ଗତେ ଘ୧୦/୩୦ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
ଅଦ୍ୟ ପୋଟଳ କଖାରୁ ରାତ୍ରି ଘ ୧୦/୧୬ ପର୍ଯ୍ୟନ୍ତ ତଦନ୍ତେ ମୂଳା ଭକ୍ଷଣ ନିଷେଧ

ଆଜିର ରାଶିଫଳ

ମେଷ

ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ।

ବୃଷ

ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ର ପାତ୍ର ହେବ । ଦେବଦର୍ଶନର ସୁଯୋଗ ପାଇବେ।

ମିଥୁନ

ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ବଡଲାଭ ହାତରେ ଲାଗିପାରେ।

କର୍କଟ

ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।

ସି˚ହ

ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।

କନ୍ୟା

ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ।

ତୁଳା

ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।

ବିଛା

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।

ଧନୁ

ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

ମକର

ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।

କୁମ୍ଭ

ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।

ମୀନ

ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ।ଦାମ୍ପତ୍ୟ ଜୀବନ ମଧୂର ରହିବ।

Leave a Reply

Your email address will not be published.