ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ମାର୍ଚ୍ଚ ମାସ ୦୩ ତାରିଖ ୨୦୨୨ ମସିହା(ଗୁରୁବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ଫାଲଗୁନ- ଶୁକ୍ଳପକ୍ଷ
ତିଥି- ପ୍ରତିପଦ ରାତ୍ରି ଘ ୦୯/୪୭ ପର୍ଯ୍ୟନ୍ତ ତଦନ୍ତେ ଦ୍ଵିତୀୟା
ନକ୍ଷତ୍ର- ପୂର୍ବ ଭାଦ୍ର ରାତ୍ରି ଘ ୦୨/୪୪ ପର୍ଯ୍ୟନ୍ତ ତଦନ୍ତେ ଉତ୍ତର ଭାଦ୍ର
ଚନ୍ଦ୍ର- କୁମ୍ଭ ରାତ୍ରି ଘ ୦୮/୫୦ ପର୍ଯ୍ୟନ୍ତ ତଦନ୍ତେ ମୀନ
ଯୋଗ-ସିଦ୍ଧି
କରଣ – କିଂସ୍ତୁଘ୍ନ
ସୌରମାସ- କୁମ୍ଭ ୧୯ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୧୦/୨୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୨୮
ଯୋଗିନୀ ପୂର୍ବେ ରାତ୍ରି ଘ ୦୯/୪୭ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ
ଧନୁ ରାଶିର ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶିର ଘାତବାର
ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ। ଓ ବାର ବେଳା – ଦିବା ଘ ୦୨/୫୫ ଗତେ ଘ୦୫/୫୨ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ରାତ୍ରି ଘ୦୧/୦୭ ଗତେ ଘ୦୩/୪୦ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୭/୪୫ ମଧ୍ୟେ ଓ ଘ୧୦/୫୭ ଗତେ ଘ୦୧/୨୦ ମଧ୍ୟେ
ଅଦ୍ୟ ପାଣିକଖାରୁ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ

ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।

ବୃଷ

ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।

ମିଥୁନ

ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।

କର୍କଟ

ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।

ସି˚ହ

ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।

କନ୍ୟା

ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।

ତୁଳା

ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।

ବିଛା

ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।

ଧନୁ

ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।

ମକର

ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।

କୁମ୍ଭ

ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

ମୀନ

ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।
ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।

Leave a Reply

Your email address will not be published.