ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ମାର୍ଚ୍ଚ ମାସ ୧୫ ତାରିଖ ୨୦୨୨ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ଫାଲଗୁନ- ଶୁକ୍ଳପକ୍ଷ
ତିଥି- ଦ୍ଵାଦଶୀ ଦିବା ଘ ୦୧/୧୪ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ
ନକ୍ଷତ୍ର- ଅଶ୍ଳେଷା ରାତ୍ରି ଘ ୧୨/୧୬ ପର୍ଯ୍ୟନ୍ତ ତଦନ୍ତେ ମଘା
ଚନ୍ଦ୍ର- କର୍କଟ ରାତ୍ରି ଘ ୧୨/୧୬ ପର୍ଯ୍ୟନ୍ତ ତଦନ୍ତେ ସିଂହ
ଯୋଗ- ଶୁକର୍ମା
କରଣ – ବ।ଳବ
ସୌରମାସ- ମୀନ ୦୧ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୦୦/୪୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୩/୫୯
ଯୋଗିନୀ ନୈରୁତେ ଦିବା ଘ ୦୧/୧୪ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ
ମକର ଓ କର୍କଟ ରାଶିର ଘାତଚନ୍ଦ୍ର
ମକର ରାଶିର ଘାତବାର
ଦ୍ୱାଦଶୀ ର ଏକୋଦିଷ୍ଟ ଓ ତ୍ରୟୋଦଶୀ ରପାର୍ବଣ ଶ୍ରାଦ୍ଧ
କାଳବେଳ। -ଦିବା ଘ ୦୧/୨୭ଗତେ ଘ୦୨/୫୭ମଧ୍ୟେ
ବାରବେଳା – ଦିବା ଘ ୦୭/୨୯ ଗତେ ଘ୦୮/୫୭ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୮/୫୮ ଗତେ ଘ୧୦/୪୮ ମଧ୍ୟେ ଓ ଘ୦୩/୩୬ ଗତେ ଘ୦୫/୧୨ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
ଅଦ୍ୟ ପୋଇ ଦିବା ଘ ୦୧/୧୪ ଗତେ ବାଇଗଣ ଭକ୍ଷଣ ନିଷେଧ

ଆଜିର ରାଶିଫଳ

ମେଷ

ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।

ବୃଷ

ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।

ମିଥୁନ

ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।

କର୍କଟ

ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।

ସି˚ହ

ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।

କନ୍ୟା

ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।

ତୁଳା

ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।

ବିଛା

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।

ଧନୁ

ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

ମକର

ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।

କୁମ୍ଭ

ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।

ମୀନ

ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

Leave a Reply

Your email address will not be published.