ଆଜିର ରାଶିଚକ୍ର

 ଆଜିର ପଞ୍ଜିକା

ଅଦ୍ୟ ସେପ୍ଟେମ୍ବର ମାସ ୩୦ ତାରିଖ ୨୦୨୧ ମସିହା(ଗୁରୁବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ଆଶ୍ଵିନ୍ୟ – କୃଷ୍ଣପକ୍ଷ
ତିଥି- ନବମୀ ରାତ୍ରି ଘ ୦୯/୫୫ ପର୍ଯ୍ୟନ୍ତ ତଦନ୍ତେ ଦଶମୀ
ନକ୍ଷତ୍ର- ପୁନର୍ବସୁ ରାତ୍ରି ଘ ୦୨/୦୬ ପର୍ଯ୍ୟନ୍ତ ତଦନ୍ତେ ପୂଷ୍ୟା
ଚନ୍ଦ୍ର- ମିଥୁନ ରାତ୍ରି ଘ ୦୭/୩୬ ପର୍ଯ୍ୟନ୍ତ ତଦନ୍ତେ କର୍କଟ
ଯୋଗ-ପରିଘ
କରଣ – ଗର
ସ ମାସ- କନ୍ୟା ୧୪ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୫/୪୧/୪୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୩/୦୨
ଯୋଗିନୀ ପୂର୍ବେ ରାତ୍ରି ଘ ୦୯/୫୫ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ
କନ୍ୟା ରାଶିର ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶିର ଘାତାବାର
ନବମୀ ର ଏକୋଦିଷ୍ଟ ଓ ପାର୍ବଣ ସାମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ
କାଳବେଳ। ଓ ବାରବେଳ।- ଦିବା ଘ ୦୨/୩୪ ଗତେ ଘ୦୫/୩୩ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୧୭ ମଧ୍ୟେ ଓ ଘ୦୧/୪୦ ଗତେ ଘ୦୨/୩୪ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
ଅଦ୍ୟ ଲାଉ ସଂ ଘ୦୯/୫୫ ଗତେ କଳମଶାଗ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ: ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |

ବୃଷ: ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।

ମିଥୁନ: ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।

କର୍କଟ: ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |

ସିଂହ: ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |

କନ୍ୟା: ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।

ତୁଳା: ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।

ବିଛା: ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।

ଧନୁ: ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।

ମକର: ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |

କୁମ୍ଭ: ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |

ମୀନ: ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |

Leave a Reply

Your email address will not be published.