ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ମାର୍ଚ୍ଚ ମାସ ୧୯ ତାରିଖ ୨୦୨୨ ମସିହା(ଶନିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ଚୈତ୍ର- କୃଷ୍ଣପକ୍ଷ
ତିଥି- ପ୍ରଦିପଦ ଦିବା ଘ ୧୨/୦୫ ପର୍ଯ୍ୟନ୍ତ ତଦନ୍ତେ ଦ୍ଵିତୀୟା
ନକ୍ଷତ୍ର- ହସ୍ତା ରାତ୍ରି ଘ ୧୨/୪୦ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରା
ଚନ୍ଦ୍ର- କନ୍ୟା
ଯୋଗ- ବୃଦ୍ଧି
କରଣ – କୌଳବ
ସୌରମାସ- ମୀନ ୦୫ ଦିନ
ଅଦ୍ୟ ହୋଲି ଉତ୍ସବ
ସୁର୍ୟୋଦୟ-ପ୍ରାତଃ ଘ୦୫/୫୬/୫୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୫/୦୨
ଯୋଗିନୀ ପୂର୍ବେ ଦିବା ଘ ୧୨/୦୫ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ
ବୃଷ ରାଶିର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶିର ଘାତବାର
ପ୍ରତିପଦ ର ଏକୋଦିଷ୍ଟ ଓ ଦ୍ଵିତୀୟ। ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ। – ଦିବା ଘ ୦୭/୨୫ ମଧ୍ୟେ ଓ ଦିବା ଘ ୦୪/୨୬ ଗତେ ଘ୦୫/୫୫ମଧ୍ୟେ
ବାରବେଳା – ଦିବା ଘ ୦୧/୨୩ ଗତେ ଘ୦୨/୫୫ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୯/୫୭ ଗତେ ଘ୦୧/୧୦ ମଧ୍ୟେ ରାତ୍ରି ଘ୦୮/୧୯ ଗତେ ଘ୧୦/୪୫ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
ଅଦ୍ୟ ପାଣିକଖାରୁ ଦିବା ଘ ୧୨/୦୫ ଗତେ ବୋଇତିକଖାରୁ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ

ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।

ବୃଷ

ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।

ମିଥୁନ

ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।

କର୍କଟ

ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।

ସିଂହ

ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।

କନ୍ୟା

ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।

ତୁଳା

ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।

ବିଛା

ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।

ଧନୁ

ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।

ମକର

ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।

କୁମ୍ଭ

ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।

ମୀନ

ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

Leave a Reply

Your email address will not be published.