ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ଅପ୍ରେଲ ମାସ ୨୨ ତାରିଖ ୨୦୨୨ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୨୯
ସମ୍ବତ୍ସର-ରାକ୍ଷସ
ବୈଶାଖ-କୃଷ୍ଣପକ୍ଷ
ତିଥି- ଷଷ୍ଠୀ ଦିବା ଘ ୦୮/୪୬ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ
ନକ୍ଷତ୍ର- ପୂର୍ବାଷାଢ଼ ରାତ୍ରି ଘ ୦୮/୫୮ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରାଷାଢ଼
ଚନ୍ଦ୍ର- ଧନୁ ରାତ୍ରି ଘ ୦୨/୩୬ ପର୍ଯ୍ୟନ୍ତ ତଦନ୍ତେ ମକର
ଯୋଗ- ଶିବ
କରଣ – ସିଦ୍ଧି
ସୌରମାସ- ମେଷ ୦୯ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୫/୨୮/୧୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩/୫୯
ଯୋଗିନୀ ପଶ୍ଚିମେ ଦିବା ଘ ୦୮/୪୬ପର୍ଯ୍ୟନ୍ତ ତଦନ୍ତେ ବୟବ୍ୟେ
ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶିର ଘାତବାର
ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ। ଓ ବାରବେଳା – ଦିବା ଘ ୦୮/୩୩ ଗତେ ଘ୧୧/୪୩ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ ୦୭/୦୫ ମଧ୍ୟେ ଓ ଘ ୦୭/୫୦ ଗତେ ଘ୦୮/୩୨ ମଧ୍ୟେ ଓ ଘ ୧୨/୪୦ ଗତେ ଘ୦୨/୧୫ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ ୧୦/୫୪ ଗତେ ଘ୧୧/୪୦ ମଧ୍ୟେ
ଅଦ୍ୟ ନିମ୍ବ ଦିବା ଘ୦୮/୪୬ ଗତେ ତାଳ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ:

ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।

ବୃଷ:

ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।

ମିଥୁନ:

ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।

କର୍କଟ:

ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।

ସିଂହ:

ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।

କନ୍ୟା:

ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।

ତୁଳା:

ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।

ବିଛା:

କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।

ଧନୁ:

ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।

ମକର:

ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।

କୁମ୍ଭ:

ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।

ମୀନ:

କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।

Leave a Reply

Your email address will not be published.