ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ଅକ୍ଟୋବର ମାସ ୧୨ ତାରିଖ ୨୦୨୧ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ଆଶ୍ଵିନ୍ୟ – ଶୁକ୍ଳପକ୍ଷ
ତିଥି- ସପ୍ତମୀ ରାତ୍ରି ଘ ୧୦/୦୦ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ
ନକ୍ଷତ୍ର- ମୂଳା ଦିବା ଘ ୧୨/୧୬ ପର୍ଯ୍ୟନ୍ତ ତଦନ୍ତେ ପୂର୍ବ।ଷ।ଢା
ଚନ୍ଦ୍ର- ଧନୁ
ଯୋଗ- ଶୋଭନ
କରଣ – ଗର
ସୌରମାସ- କନ୍ୟା ୨୬ ଦିନ
ଅଦ୍ୟ ପିଠେ ମହାଷ୍ଟମୀ ଓ ମୃଣ୍ମୟୀ ଦେବୀଙ୍କ ତ୍ରିଦିନାତ୍ମକ ସପ୍ତମୀ ପୂଜା
ସୁର୍ୟୋଦୟ-ପ୍ରାତଃ ଘ୦୫/୪୪/୪୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୩/୨୧
ଯୋଗିନୀ ବାୟବ୍ୟେ ରାତ୍ରି ଘ ୧୦/୦୦ ପର୍ଯ୍ୟନ୍ତ ତଦନ୍ତେ ଐଶାନ୍ୟେ
ମକର ରାଶିର ଘାତବାର
ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର
ସପ୍ତମୀ ର ଏକୋଦିଷ୍ଟ୍ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ। -ଦିବା ଘ ୧୨/୫୯ ଗତେ ଘ୦୨/୨୬ ମଧ୍ୟେ
ବାରବେଳ।- ଦିବା ଘ ୦୭/୧୨ ଗତେ ଘ୦୮/୪୧ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୩୩ ମଧ୍ୟେ ଓ ଘ୦୮/୪୬ ଗତେ ଘ୧୧/୨୦ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୦୫/୨୬ ଗତେ ଘ୦୭/୪୭ ମଧ୍ୟେ*
ଅଦ୍ୟ ତାଳ ରାତ୍ରି ଘ୧୦/୦୦ ଗତେ ନଡ଼ିଆ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ: ଆଜି ଗୃହ ଉପକରଣ ଓ କିଛି ଦରକାରି ଦ୍ରବ୍ୟକ୍ରୟ କରି ଖର୍ଚାନ୍ତ ହୋଇପାରନ୍ତି ।ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।

ବୃଷ: ବହୁଦିନ ଧରି ଥିବା ସମସ୍ୟାର ସମାଧାନ ଓ ଅଚାନକ ଅର୍ଥଲାଭ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।

ମିଥୁନ: ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି ।

କର୍କଟ: ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।

ସିଂହ: ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ ।କର୍ମକ୍ଷେତ୍ର ରେ ଉନ୍ନତି ଓ ପଦମର୍ଯ୍ୟାଦା ବୃଦ୍ଧି ଯୋଗରହିଛି।

କନ୍ୟା: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି । ହଠାତ ଦେବପୂଜା ଓଦର୍ଶନ କରିବାର ସୁଯୋଗ ପାଇବେ।

ତୁଳା: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।

ବିଛା: ଆଜି ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ।ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।ଶତୃମାନେ ପଛଘୁଞ୍ଚା ଦେବେ ।

ଧନୁ: ଆଜି ଦିନଟି ଆପଣଙ୍କ ପାଇଁ ଭଲରେ କଟିଳେ ମଧ୍ୟ ସାମୟିକ ଦେହପୀଡା ହୋଇପାରେ ।ନିଜ ପରିବାର ବର୍ଗସହ ଛୋଟଧରଣର ଭ୍ରମଣ ଯୋଗ ରହିଛି । ପରିବାର ସଦସ୍ୟ ଏହି ଭ୍ରମଣକୁ ଉପଭୋଗ କରିବେ ଏବଂ ଆପଣଙ୍କ ସମ୍ପର୍କକୁ ସଧୁମୟ କରିବେ ।

ମକର: ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।

କୁମ୍ଭ: ଆଜି ମନ ଅଶାନ୍ତ ରହିବ।ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ନିଜ ଜୀବନର ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିବା ପାଈଁ ବାଟ ବାହାର କରିବାରେ ବିଫଳ ହୋଇପାରନ୍ତି ।

ମୀନ: ଯଦି ଛୁଟିଦିନ ଦେଖି ଆତ୍ମିୟସୋଜନ ମାନଙ୍କ ସହ ବୁଲିବାକୁ ଯାଆନ୍ତି ଏହି ସମୟଟି ପ୍ରକୃଷ୍ଟ ଅଟେ ।ସେଥିପାଇଁ ବିଧିବୋଧ ଯୋଜନା କରନ୍ତୁ । ପର୍ଯ୍ୟଟନ ବୁଲିବାକୁ ମଧ୍ୟ ଯାଇପାରନ୍ତି ଏବଂ ଏଥିରେ ଆପଣଙ୍କୁ ପରମ ଆନନ୍ଦ ମିଳିବ ।

Leave a Reply

Your email address will not be published.