ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ପ୍ରେବୃଆରୀ ମାସ ୦୮ ତାରିଖ ୨୦୨୩ ମସିହା(ବୁଧବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଫାଲଗୁନମାସ-କୃଷ୍ଣପକ୍ଷ
ତିଥି- ତୃତୀୟା
ନକ୍ଷତ୍ର-ପର୍ବା ଫା ସନ୍ଧ୍ୟା ଘ୦୯/୦୩ ଗତେ ଉତ୍ତରାଫା
ଚନ୍ଦ୍ର- ସିଂହ ରାତ୍ରି ଘ୦୩/୪୨ ଗତେ କନ୍ୟା
ଯୋଗ-ଅତିଗଣ୍ଡ
କରଣ – ବାଣିଜ୍ୟ
ସୌରମାସ- ମକର ୨୬ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୨୩/୦୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୮/୫୦
ଯୋଗିନୀ ଅଗ୍ନିକୋଣେ
ବୃଷ ରାଶିର ଘାତଚନ୍ଦ୍ର
କର୍କଟ ରାଶିର ଘାତବାର
ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳା -ଦିବା ଘ୦୯/୧୦ ଗତେ ଘ୧୦/୩୫ ମଧ୍ୟେ
ବାରବେଳା – ଦିବା ଘ୧୧/୫୯ ଗତେ ଘ୦୧/୨୩ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୫୮ ମଧ୍ୟେ ଓ ଘ୦୧/୨୩ ଗତେ ଘ୦୨/୨୩ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଘ୦୪/୪୬ ଗତେ ଘ୦୫/୪୦ ମଧ୍ୟେ
ଅଦ୍ୟ ପୋଟଳ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ

ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।

ବୃଷ

ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।

ମିଥୁନ

ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।

କର୍କଟ

ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।

ସି˚ହ

ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।

କନ୍ୟା

ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।

ତୁଳା

ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।

ବିଛା

ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।

ଧନୁ

ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

ମକର

ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ ।

କୁମ୍ଭ

ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।

ମୀନ

ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

Leave a Reply

Your email address will not be published.