ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ମାର୍ଚ୍ଚ ମାସ ୦୧ ତାରିଖ ୨୦୨୩ ମସିହା(ବୁଧବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଫାଲଗୁନମାସ-ଶୁକ୍ଳପକ୍ଷ
ତିଥି- ଦଶମୀ
ନକ୍ଷତ୍ର-ମୃଗଶିରା ଦିବା ଘ୧୦/୧୯ଗତେ ଆର୍ଦ୍ରା
ଚନ୍ଦ୍ର- ମିଥୁନ
ଯୋଗ-ପ୍ରିତି
କରଣ – ତୈତିଳ
ସୌରମାସ- କୁମ୍ଭ ୧୭ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୧୧/୦୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୮/୪୯
ଯୋଗିନୀ ଉତ୍ତରେ
କନ୍ୟା ରାଶିର ଘାତଚନ୍ଦ୍ର
କର୍କଟ ରାଶିର ଘାତବାର
ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳା -ଦିବା ଘ୦୯/୦୪ ଗତେ ଘ୧୦/୩୨ ମଧ୍ୟେ
ବାରବେଳା – ଦିବା ଘ୧୧/୫୬ ଗତେ ଘ୦୧/୩୬ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୪୫ ମଧ୍ୟେ ଓ ଘ୦୧/୩୬ ଗତେ ଘ୦୨/୧୦ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୪/୪୩ ଗତେ ଘ୦୫/୫୦ ମଧ୍ୟେ
ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ

ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।

ବୃଷ

ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।

ମିଥୁନ

ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।

କର୍କଟ

ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।

ସିଂହ

ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।

କନ୍ୟା

ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।

ତୁଳା

ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।

ବିଛା

ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।

ଧନୁ

ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।

ମକର

ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।

କୁମ୍ଭ

ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।

ମୀନ

ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।

Leave a Reply

Your email address will not be published.