ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ଅକ୍ଟୋବର ମାସ ୨୪ ତାରିଖ ୨୦୨୧ ମସିହା(ରବିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
କାର୍ତ୍ତିକ- କୃଷ୍ଣପକ୍ଷ
ତିଥି- ଚତୁର୍ଥୀ ଶେଷରାତ୍ରି ଘ ୦୫/୪୦ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ
ନକ୍ଷତ୍ର- ରୋହିଣୀ ରାତ୍ରି ଘ ୦୧/୪୫ ପର୍ଯ୍ୟନ୍ତ ତଦନ୍ତେ ମୃଗଶିରା
ଚନ୍ଦ୍ର- ବୃଷ
ଯୋଗ- ବାରୀୟ।ନ୍
କରଣ – ବବ
ସୌରମାସ- ତୁଳା ୦୮ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୫/୪୯/୫୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୫/୨୧
ଯୋଗିନୀ ନୈୠତେ ଶେଷରାତ୍ରି ଘ ୦୫/୪୧ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ
ମେଷ ରାଶିର ଘାତବାର
ବିଛା ରାଶିର ଘାତଚନ୍ଦ୍ର
ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ ଓ ବାରବେଳ।- ଦିବା ଘ ୧୦/୦୬ ଗତେ ଘ୧୨/୫୯ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୩୬ ଗତେ ଘ୦୯/୦୧ ମଧ୍ୟେ ଓ ଘ୦୧/୦୦ ଗତେ ଘ୦୩/୨୭ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୪/୧୨ ଗତେ ଘ୦୫/୦୧ ମଧ୍ୟେ

ଆଜିର ରାଶିଚକ୍ର

ମେଷ:

ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।

ବୃଷ:

ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।

ମିଥୁନ:

ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।

କର୍କଟ:

ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।

ସି˚ହ:

ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।

କନ୍ୟା:

ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।

ତୁଳା:

ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।

ବିଛା:

କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।

ଧନୁ:

ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।

ମକର:

ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।

କୁମ୍ଭ:

ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।

ମୀନ:

ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ

Leave a Reply

Your email address will not be published.