ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ନଭେମ୍ବର ମାସ ୨୫ ତାରିଖ ୨୦୨୧ ମସିହା(ଗୁରୁବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ମାର୍ଗଶିର- କୃଷ୍ଣପକ୍ଷ
ତିଥି- ଷଷ୍ଠୀ ରାତ୍ରି ଘ୦୪/୩୮ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ
ନକ୍ଷତ୍ର- ପୁଷ୍ୟ। ରାତ୍ରି ଘ୦୭/୨୪ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା
ଚନ୍ଦ୍ର- କର୍କଟ
ଯୋଗ-ଶୁକ୍ଳ
କରଣ – ଗର
ସୌରମାସ- ବିଛା ୧୦ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୦୫/୧୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୩/୦୩
ଯୋଗିନୀ ପଶ୍ଚିମେ ରାତ୍ରି ଘ୦୪/୩୮ ପର୍ଯ୍ୟନ୍ତ ତଦନ୍ତେ ବାୟବ୍ୟେ
ତୁଳା ଓ କୁମ୍ଭ ରାଶିର ଘାତବାର
ଷଷ୍ଠୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ ଓ ବାରବେଳ।- ଦିବା ଘ ୦୨/୧୭ ଗତେ ଘ୦୫/୦୫ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ ୦୭/୪୨ ମଧ୍ୟେ ଓ ରାତ୍ରି ଘ ୦୫/୫୦ ଗତେ ଘ୦୯/୦୩ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
ଅଦ୍ୟ ନିମ୍ବ ରାତ୍ରି ଘ ୦୪/୩୮ ଗତେ ତାଳ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ:

ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।

ବୃଷ:

ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।

ମିଥୁନ:

ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।

କର୍କଟ:

ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।

ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।

କନ୍ୟା:

ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।

ତୁଳା:

ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।

ବିଛା:

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।

ଧନୁ:

ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

ମକର:

ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।

କୁମ୍ଭ:

ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।

ମୀନ:

ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

Leave a Reply

Your email address will not be published.