ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ଡ଼ିସେମ୍ବର ମାସ ୨୮ ତାରିଖ ୨୦୨୧ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ପୌଷ- କୃଷ୍ଣପକ୍ଷ
ତିଥି- ନବମୀ ରାତ୍ରି ଘ ୦୬/୧୪ ପର୍ଯ୍ୟନ୍ତ ତଦନ୍ତେ ଦଶମୀ
ନକ୍ଷତ୍ର- ଚିତ୍ରା ନିଶାନ୍ତ ଘ ୦୪/୫୧ ପର୍ଯ୍ୟନ୍ତ ତଦନ୍ତେ ସ୍ଵାତୀ
ଚନ୍ଦ୍ର- କନ୍ୟା ସଂ ଘ ୦୫/୨୪ ପର୍ଯ୍ୟନ୍ତ ତଦନ୍ତେ ତୁଳା
ଯୋଗ- ଶୋଭନ
କରଣ – ତୈତିଳ
ସୌରମାସ- ଧନୁ ୧୩ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୨୪/୨୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୨/୫୯
ଯୋଗିନୀ ପୂର୍ବେ ରାତ୍ରି ଘ ୦୬/୧୪ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ
ବୃଷ ରାଶିର ଘାତଚନ୍ଦ୍ର
ମକର ରାଶିର ଘାତବାର
ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ। -ଦିବା ଘ ୦୧/୧୦ ଗତେ ଘ୦୨/୩୧ ମଧ୍ୟେ
ବାରବେଳ। – ଦିବା ଘ ୦୭/୪୪ ଗତେ ଘ୦୯/୧୦ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୧୨ ମଧ୍ୟେ ଓ ଘ ୦୯/୧୧ ଗତେ ଘ୧୧/୫୯ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ ୦୫/୧୫ ଗତେ ଘ୦୭/୩୯ ମଧ୍ୟେ
ଅଦ୍ୟ ଲାଉ ରାତ୍ରି ଘ ୦୬/୧୪ ଗତେ କଳମଶ।ଗ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ

ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।

ବୃଷ

ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।

ମିଥୁନ

ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।

କର୍କଟ

କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।

ସିଂହ

ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା । ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।

କନ୍ୟା

ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।

ତୁଳା

ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।

ବିଛା

ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।

ଧନୁ

ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।

ମକର

ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।

କୁମ୍ଭ

ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।

ମୀନ

ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।

Leave a Reply

Your email address will not be published.