ପଞ୍ଚାୟତ ରାଜ ଦିବସରେ ବିଜେଡିରେ ମିଶିଲେ ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ

Spread the love

ଢେଙ୍କାନାଳ, (ନାଗରାଜ ନ୍ୟୁଜ): ପ୍ରବାଦପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକ ଙ୍କ ୧୦୬ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅଵସରରେ କାମାକ୍ଷାନଗର ସ୍ଥିତ ବିଜେଡି କାର୍ୟ୍ୟାଳୟ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ରେ ମୁଖ୍ୟଅତିଥି ଭାବେ ଓଡିଶା ସରକାରଙ୍କ ଖଣି, ଇସ୍ପାତ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗ ଦେଇ ଅନୁଷ୍ଠାନିକ ଭାବେ କାର୍ୟ୍ୟକ୍ରମକୁ ଉଦଘାଟନ କରିଥିଲେ । ଅନ୍ୟ ଅତିଥି ଭାବେ ବିଜୁଯୁବ ଜନତା ଦଳର ଜିଲ୍ଲା ସଭାପତି ତଥା କାମାକ୍ଷାନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଆଶାୟୀ ଅଧ୍ୟକ୍ଷ ପ୍ରାଥୀ ଧର୍ମାନନ୍ଦ ପରିଡା, କାମାକ୍ଷାନଗର ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ମେଜର ପ୍ରଭାତ କୁମାର ଦାଶ, କାମାକ୍ଷାନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ଯୁବ ସଭାପତି ସମ୍ବିତ ସୂର୍ୟ୍ୟ ସାହୁ ଯୋଗଦେଇଥିଲେ । କାମାକ୍ଷାନଗର ବସଷ୍ଟାଣ୍ଡ ଠାରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଫଳବଣ୍ଟନ କରାଯାଇଥିଲା ।
ଢେଙ୍କାନାଳରୁ ସୌମ୍ୟ ରଞ୍ଜନ ମହାନ୍ତିଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *