ଏହି ସବୁ ଜିନିଷ ପ୍ରତି ଧ୍ୟାନ ଦିଅନ୍ତୁ, ନଚେତ ସୃଷ୍ଟି ହୋଇପାରେ ବାସ୍ତୁ ସମସ୍ୟା

ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ଜୀବନରେ ବାସ୍ତୁଶାସ୍ତ୍ରର ବିଶେଷ ମହତ୍ୱ ରହିଛି । ବାସ୍ତୁଶାସ୍ତ୍ର ଅନୁଯାୟୀ କାର୍ୟ୍ୟ କଲେ ଘରେ ସୁଖ ସମୃଦ୍ଧି ବଜାୟ ରହିଥାଏ । ତେବେ ଆସନ୍ତୁ ଜାଣିବା ସେହି ଉପାୟ ଗୁଡ଼ିକ ବିଷୟରେ..
:-ସୋଫା ଆଦି ଘରର ସାଜସଜ୍ଜା ଦ୍ରବ୍ୟ ଭାଙ୍ଗି ଥିଲେ, ଏହାକୁ ମଧ୍ୟ ଘରେ ରଖନ୍ତୁ ନାହିଁ ।
:-ରୋଷେଇ ଘରେ କୌଣସି ପ୍ରକାରର ଔଷଧ ରଖନ୍ତୁ ନାହିଁ । ଏପରି କରିବା ଦ୍ୱାରା ଘରର ସଦସ୍ୟଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ ରହିନଥାଏ ।
:-ଗାଧୁଆ ଘରର ଦରଜାକୁ ଖୋଲା କରି ରଖନ୍ତୁ ନାହିଁ । ଏପରି କରିବା ଦ୍ୱାରା ବିନା କାରଣରେ ଟଙ୍କାପଇସା ଖର୍ଚ୍ଚ ଲାଗି ରହିଥାଏ ।
:- ଯେଉଁ ପାନିଆ ସାମାନ୍ୟ ମଧ୍ୟ ଭାଙ୍ଗିଯାଇଛି, ସେଥିରେ କେଶ କୁଣ୍ଡାଇବା ଉଚିତ ନୁହେଁ । ଏପରି କରିବା ଦ୍ୱାରା ବାସ୍ତୁଦୋଷ ସୃଷ୍ଟି ହୋଇଥାଏ ।
:-ଗୃହର ଆଲମିରା ନିକଟରେ ଝାଡ଼ୁ ରଖନ୍ତୁ ନାହିଁ। ଆଲମିରା ଅଳ୍ପ ଭାଙ୍ଗି ଥିଲେ ମଧ୍ୟ ଏହାକୁ ବ୍ୟବହାର କରନ୍ତୁ ନାହିଁ । ଏଥିରେ ଟଙ୍କାପଇସା ରଖିବା ଦ୍ୱାରା ଆର୍ଥିକ ସମସ୍ୟା ଲାଗି ରହିଥାଏ ।
:-ଯେଉଁ ଗୃହରେ ନାରୀଙ୍କୁ ସମ୍ମାନ ମିଳେ ନାହିଁ, ସେଠାରେ ମା’ଲକ୍ଷ୍ମୀ ବାସ କରନ୍ତି ନାହିଁ । ତେଣୁ ଘରର ନାରୀଙ୍କୁ ସର୍ବଦା ସମ୍ମାନ ଦିଅନ୍ତୁ ।
:-ତୁଳସୀବୃକ୍ଷ ନିକଟରେ ଘିଅ ଦୀପ ପ୍ରତିଦିନ ଲଗାନ୍ତୁ ।
:-ଶୋଇବା କକ୍ଷରେ ଝାଡ଼ୁ, ବାସନକୁସନ ରଖନ୍ତୁ ନାହିଁ ।
:-ଭୋଜନର ପ୍ରଥମ ଭାଗ ଭଗବାନ ଓ ଗାଈଙ୍କୁ ସମର୍ପଣ କରି ଖାଆନ୍ତୁ ।

Leave a Reply

Your email address will not be published.