କଟକରେ ମା ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ

Spread the love

କଟକ,(ନାଗରାଜ ନ୍ୟୁଜ): ମା ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା କଟକରେ ଆରମ୍ଭ ହୋଇଥିବାର ସୂଚନା ମିଳିଛି। ଆଜି ଧରାପୃଷ୍ଠରୁ ମେଲାଣି ନେଉଛନ୍ତି ମା ଦୁର୍ଗା। କଟକ ସହର ଏବେ ପାରମ୍ପରିକ ବାଦ୍ୟର ଧ୍ବନିରେ କମ୍ପୁଛି। ବିଭିନ୍ନ ମଣ୍ଡପରୁ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ ହୋଇଛି। ଆଜି ଦେବୀଗଡ଼ା ଘାଟଠାରେ ବିସର୍ଜନ ପର୍ବ ଆରମ୍ଭ ହୋଇଯାଇଛି।ଏଣେ ଭସାଣିକୁ ନେଇ ବ୍ୟାପକ ପ୍ରସ୍ତୁତି ମଧ୍ୟ କରାଯାଇଛି। ଦେବୀଗଡ଼ାଠାରେ ପୂର୍ବରୁ ୩ଟି କୁତ୍ରିମ ପୋଖରୀ ପ୍ରସ୍ତୁତ ହୋଇଛି। ରାସ୍ତାଘାଟ ସଫା କରାଯାଇଛି। ଦେବୀଗଡ଼ାଠାରେ ଆଲୋକୀକରଣ, ପବ୍ଲିକ ଶୌଚାଳୟର ବ୍ୟବସ୍ଥା କରିଛି କଟକ ମହାନଗର ନିଗମ। କଟକରେ 170ରୁ ଅଧିକ ମଣ୍ଡପରେ ପୂଜା ପାଉଥିବା ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ଆଜି ବିସର୍ଜିତ ହେବ। ବର୍ତ୍ତମାନ ସୁଦ୍ଧା ଦେବୀ ଗଡାରେ 16ଟି ମୂର୍ତ୍ତି ବିସର୍ଜିତ ହୋଇସାରିଲାଣି।କଟକରେ ଏଥିଲାଗି 50ରୁ ଉର୍ଦ୍ଧ୍ୱ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି ବୋଲି ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *