ପୁଣି ୧୨ ହଜାର ଉପରେ ଆକ୍ରାନ୍ତ ଚିହ୍ନଟ

Spread the love

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଲକ୍‌ଡାଉନ୍‌, ଶଟଡାଉନ୍‌ ସତ୍ତ୍ୱେ ଦିନକୁ ଦିନ ନୂଆ ରେକର୍ଡ କରୁଛି। ଆଜି ରାଜ୍ୟରେ ସର୍ବାଧିକ ୧୨,୩୯୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବି ସର୍ବାଧିକ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟର ୧୬ ଜିଲ୍ଲାରୁ ୨୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରେ ୩ ଜଣ ଆଖି ବୁଜିଛନ୍ତି।  ଏହାବାଦ ପୁରୀ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହାରିଛନ୍ତି। ଏହାବାଦ ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବାଦ ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ,  ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖା କରୋନା ପଜିଟିଭ ଆଖି ବୁଜିଛନ୍ତି।

Leave a Reply

Your email address will not be published. Required fields are marked *