୨୨୭୫ ପଜିଟିଭ ଚିହ୍ନଟ, ୧୭ ମୃତ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ୨୪ଘଂଟାରେ ୨୨୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧ କେନ୍ଦ୍ରରୁ ୧୩୧୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୯୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୬,୯୩୭ରେ ପହଂଚିଛି । କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୨,୩୦,୧୯୨ଜଣ । ଏବେ ରାଜ୍ୟରେ ୨୫,୬୩୫ଜଣ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି । ୨୪ ଘଂଟାରେ ୧୭ଜଣଙ୍କ ପ୍ରାଣ ନେଇଛି କରୋନ । ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ହଜାରେ ୫୭ରେ ପହଂଚିଛି ।ମୟୁରଭଂଜ ଜିଲ୍ଲାରୁ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱରରୁ ୩ଜଣ, ପୁରୀ, ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ହୋଇଛି । ସେହିପରି ସମ୍ବଲପୁର, ବଲାଙ୍ଗିର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ଜଗତସିଂହପୁର,ବାଲେଶ୍ୱର, ମୟୂରଭଂଜ, ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ।

Leave a Reply

Your email address will not be published.