ଓଡ଼ିଶା କ୍ରିକେଟ ଆସୋସିଏସନର ନାମାଙ୍କପତ୍ର ଦାଖଲ

Spread the love

କଟକ,(ନାଗରାଜ ନ୍ୟୁଜ): ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ । ୨୮ତାରିଖରେ ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର କର୍ମକର୍ତ୍ତା ନେଇ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଆଜି ଏଥି ପାଇଁ ନାମାଙ୍କନ ପତ୍ର ଦାଖଲ ହୋଇଥିଲା। ତେବେ ଓସିଏ ସଭାପତି ସହ ସମସ୍ତ ପଦ ପାଇଁ ଜଣେ ଲେଖାଏଁ ପ୍ରାର୍ଥୀ ଥିବାରୁ ସମସ୍ତେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସଭାପତି ଭାବେ ପ୍ରଣବ ପ୍ରକାଶ ଦାସ , ସାଧାରଣ ସଂପାଦକ ହେଲେ ସଂଜୟ ବେହେରା, ଉପସଭାପତି ପଙ୍କଜ ଲୋଚନ ମହାନ୍ତି, କୋଷାଧ୍ୟକ୍ଷ ବିକାଶ ପ୍ରଧାନ,ପ୍ରଭାତ ଭୋଳ ସହ ସମ୍ପାଦକ ଓ ପ୍ରତାପ ଚନ୍ଦ୍ର ପ୍ରଧାନ ଆପେକ୍ସ କାଉନ୍ସିଲ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆସନ୍ତା ୨୮ରେ ଏଥିନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବ।

Leave a Reply

Your email address will not be published. Required fields are marked *