ସଂନ୍ଧ୍ୟା ୫. ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସର୍ବଦଳୀୟ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ଵର: କରୋନା ସ୍ଥିତି ସମୀକ୍ଷା ଓ ମୁକାବିଲା ଲାଗି ଆଜି ସନ୍ଧ୍ୟା ୫ଟା ୩୦ ମିନିଟରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ ବୋଲି କୁହାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେବେ ।

ସବୁ ଦଳର ବିଧାୟକମାନେ ଭାଗ ନେବା ପାଇଁ ବ୍ୟବସ୍ଥା କରାଯାଇଛି। ବିଧାନସଭା ସଚିବାଳୟ ପକ୍ଷରୁ ସବୁ ବିଧାୟକମାନଙ୍କୁ ଏ ସଂକ୍ରାନ୍ତ ଚିଠି ପଠାଯାଇଛି। ଯଦି କୌଣସି ବିଧାୟକ ବିଧାନସଭା ସମ୍ମିଳନୀ କକ୍ଷକୁ ଆସି ନ ପାରିବେ, ତାହେଲେ ସେ ନିଜ ଜିଲ୍ଲା କିମ୍ବା ନିର୍ବାଚନମଣ୍ଡଳୀରେ ରହି ଭିଡିଓ କନଫରେନ୍ ସିଂ ଜରିଆରେ ଭାଗ ନେଇ ପାରିବେ ।

କୋଭିଡ୍ ମହାମାରୀର ପ୍ରକୋପ, ସ୍ବାସ୍ଥ୍ୟସେବା, ଔଷଧ, ଡାକ୍ତର, ନର୍ସ, ଅକ୍ସିଜେନ୍ ସୁବିଧା ଆଦି ଅଭାବ ଓ ଉପଲବ୍ଧି ସମ୍ପର୍କରେ ଆଲୋଚନା କରିପାରିବେ। ଏହାସହିତ ଆଗକୁ କିପରି ଆହୁରି ଦକ୍ଷତା ଓ ସଫଳତାର ସହ ମହାମାରୀକୁ ସାମ୍ନା କରିହେବ ସେ ନେଇ ସରକାରଙ୍କୁ ପରାମର୍ଶ ବି ଦେବେ ।

Leave a Reply

Your email address will not be published.