ରାଜ୍ୟରେ ପୁଣି ୫ ମୁଣ୍ଡ ନେଲା କରୋନା

  1.  

ଭୂବନେଶ୍ବର: ରାଜ୍ୟରେ କରୋନା ଜନିତ ସଂକ୍ରମଣରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୦୮୮କୁ ବୃଦ୍ଧି ପାଇଛି।

ଏହି ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ସେହିପରି ରାୟଗଡ଼ା ଜିଲ୍ଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଓ କଳାହାଣ୍ଡିରେ ୨ ଜଣ ଲେଖାଏଁ ଏବଂ କଟକ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ଆଉ ୫ ଜଣଙ୍କ ମୃତ୍ୟୁ ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୦ରେ ପହଞ୍ଚି ଯାଇଛି। ରାଜ୍ୟରେ ଏଯାବତ୍ ଖୋର୍ଦ୍ଧା ଜିଲ୍ଲାରେ କରୋନାରେ ସବୁଠୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି।

ସେହିପରି ମୟୂରଭଞ୍ଜ ଜିଲ୍ଲାରୁ ୧୯୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧୩୩, କେନ୍ଦୁଝରରୁ ୧୨୯, ଗଜପତିରୁ ୧୨୧, ଜଗତସିଂହପୁରରୁ ୧୦୬, ବୌଦ୍ଧ ଓ ଦେବଗଡ଼ରୁ ୯୮ ଲେଖାଏଁ, କେନ୍ଦ୍ରାପଡ଼ାରୁ ୮୭, କନ୍ଧମାଳରୁ ୭୭, ଗଞ୍ଜାମରୁ ୬୯, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭ ଓ ମାଲକାନଗିରିରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି।

୮,୨୧୬ଟି ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୭୯,୭୫୨ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୪,୦୪,୦୬୩ ଜଣ ସୁସ୍ଥ ହୋଇସାରିଛନ୍ତି। ୭୩,୫୪୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୧୫ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୦୮୮କୁ ବୃଦ୍ଧି ପାଇଛି।

Leave a Reply

Your email address will not be published.