ଓଡିଶାରୁ ଉଠିଲା ସପ୍ତାହାନ୍ତ ସଟଡାଉନ

ଭୂବନେଶ୍ବର, (ନାଗରାଜ ନ୍ଯୁଜ): ସାରା ରାଜ୍ୟରୁ ଉଠିଲା ସପ୍ତାହାନ୍ତ ସଟଡାଉନ୍‌ । ରାଜ୍ୟରେ କୌଣସି ଜାଗାରେ ସପ୍ତାହାନ୍ତ ସଟଡାଉନ ରହିବ ନାହିଁ କିନ୍ତୁ ସାରା ରାଜ୍ୟର ସମସ୍ତ ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ଲାଗୁ ରହିବ ।ଏହାସହ ରାତି ୧୦ରୁ ସକାଳ ୫ଟା ଯାଏଁ ସବୁ ପୌରାଞ୍ଚଳରେ ନାଇଟ କର୍ଫ୍ୟୁ ମଧ୍ୟ ବଳବତ୍ତର ରହିବ । ସାରା ରାଜ୍ୟରେ ସକାଳ ୫ଟାରୁ ରାତି ୧୦ଟା ଯାଏଁ ଦୋକାନ ବଜାର ଖୋଲା ରହିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି ।

ନୂଆ ଗାଇଡଲାଇନ ଅକ୍ଟୋବର ୧ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସ୍ପଷ୍ଟ କଲେ ଏସଆରସି । ସେପ୍ଟେମ୍ବର ମାସ ପାଇଁ ଗାଇଡଲାଇନ ଘୋଷଣା କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର । ଏହାସହ ଧାର୍ମିକ, ରାଜନୈତିକ, ସମାଜିକ ସମାବେଶରେ କଟକଣା ବଳବତ୍ତର ରହିବ ବୋଲି ସୂଚନା ମିଳିଛି । ମେଳା ମହୋତ୍ସବ, ପ୍ରଦର୍ଶନୀ ଉପରେ ବାରଣ ଜାରି ରହିବ ବୋଲି ଏସଆରସି କହିଛନ୍ତି ।

Leave a Reply

Your email address will not be published.