ଆସୁଛି ପୁଣି ଏକ ବାତ୍ୟା, ୪ରେ ଛୁଇଁବ ସ୍ଥଳ ଭାଗ

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): ଆଣ୍ଡାମାନ ସାଗରରେ ଆଜି ପୂର୍ବାହ୍ନରେ ସୃଷ୍ଟି ହୋଇଥିବା ଲଢୁଚାପ ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଯାହା ୪ରେ  ସ୍ଥଳ ଭାଗ ଛୁଇଁବ । ଏନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ଏହାର ପ୍ରଭାବରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ । ବାତ୍ୟା ସ୍ଥଳଭାଗ ନିକଟବର୍ତ୍ତୀ ହେବା ବେଳେ ପବନର ବେଗ ଆହୁରି ବଢ଼ିପାରେ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ କହିଛନ୍ତି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତା ୪ ତାରିଖ ବେଳକୁ ଓଡ଼ିଶା ଉପକୂଳ ଆଡ଼କୁ ଆସିବାର ସମ୍ଭାବନା ରହିଛି । ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୩ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ଓ ପବନ ଆରମ୍ଭ ହେବ ।

ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୪ ତାରିଖ ପର୍ୟ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରିଦିଆଯାଇଛି । ତେବେ ବାତ୍ୟା ଦକ୍ଷିଣ-ଓଡ଼ିଶା ଓ ଉତ୍ତର-ଆନ୍ଧ୍ରପ୍ରଦେଶ ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

Leave a Reply

Your email address will not be published.