ଆସନ୍ତା ୭ ତାରିଖରୁ ଖୋଲିବ ସମସ୍ତ ସ୍କୁଲ ଓ କଲେଜ

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ ଆସନ୍ତା ୭ ତାରିଖରୁ ଖୋଲିବ ସମସ୍ତ ସ୍କୁଲ, କଲେଜ । ଅଷ୍ଟମଠାରୁ ସବୁ କ୍ଲାସ ସୋମବାରଠାରୁ ଖୋଲିବ । ଏହାସହ ସମସ୍ତ ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ।

କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ଏପରି ନିଷ୍ପତ୍ତି ନେଇଛନ୍ତି ସରକାର । ତେବେ ଛାତ୍ରଛାତ୍ରୀମାନେ ଉଭୟ ଅନଲାଇନ୍ ଏବଂ ଅଫଲାଇନରେ କ୍ଲାସ କରିପାରିବେ । ସେହିପରି ଫେବୃଆରୀ ୧୪ ତାରିଖରୁ ଖୋଲିବ କେଜିରୁ ସପ୍ତମ ଯାଏଁ ସ୍କଲ । କେଜିରୁ ୯ମ ଯାଏଁ କ୍ଲାସ ପ୍ରମୋସନ୍ ପରୀକ୍ଷା ହେବ । ଏହି ପରୀକ୍ଷା କ୍ଲାସରୁମ ଆସେସମେଣ୍ଟ ଆଧାରରେ ହେବ । ଦଶମ, ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ବୋର୍ଡ ବ୍ୟବସ୍ଥା କରିବ । ଦରକାର ପଡ଼ିଲେ ଖରା ଛୁଟି ଅବଧି କମାଇ ପାଠ ପଢ଼ାଯିବ ।

Leave a Reply

Your email address will not be published.