ଆସନ୍ତା ୧୦ରୁ ୧୪ ପ୍ରବଳ ବର୍ଷା ସମ୍ଭାବନା

ଭୂବନେଶ୍ବର: ଆସନ୍ତା ୧୦ରୁ ୧୪ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ ବର୍ଷା । ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପରେ ଆସନ୍ତା ୨ ଦିନ ପ୍ରାକ୍‌-ମୌସୁମୀ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୧୦ ତାରିଖ‌ରେ ଓଡ଼ିଶାକୁ ପ୍ରବେଶ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କରିବ । ମୌସୁମୀର ଆଗମନ ଫଳରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ରାଜ୍ୟର ୮ ଜିଲ୍ଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଓ ଢେଙ୍କାନାଳର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ପାଣିପାଗ ବିଭାଗ ସୂଚନାନୁସାରେ, ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜ ଆଦି ଜିଲ୍ଲାର କେତେକ ବିଜୁଳି, ଘଡ଼ଘଡ଼ ସହ ବର୍ଷା ହେବ । ଢେଙ୍କାନାଳ, ପୁରୀ, ଅନୁଗୁଳ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ମୟୂରଭଞ୍ଜ ଓ କନ୍ଧମାଳ ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ପରିବର୍ତ୍ତନ ହେବ ନାହିଁ। ଏହାପରେ ତାପମାତ୍ରା ପ୍ରାୟ ୩ ଡିଗ୍ରି ପର୍ଯ୍ୟନ୍ତ ଖସିବ । ସେହିପରି ପବନର ବେଗ ସ୍ବାଭାବିକଠାରୁ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Leave a Reply

Your email address will not be published.