୪ ଦିନ ଯାଏଁ ବର୍ଷା ସମ୍ଭାବନା, ୧୪ଟି ଜିଲ୍ଲାକୁ ୟାଲୋ ୱାର୍ଣ୍ଣିଂ କଲା ପାଣିପାଗ ବିଭାଗ

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ଲାଗି ରହିବ । ଯେହେତୁ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ପ୍ରଭାବ ରହିବ । ସେଥିଲାଗି ୧୪ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ତି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।

ଏଣୁ ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ବର୍ଷା ସହ ଘଡଘଡି ଜାରି ରହୁଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବର୍ଷା ସମ୍ଭାବନା ଲାଗି ଭୁବନେଶ୍ବରରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଗ ମେଘୁଆ ରହିବ ବୋଲି କୁହାଯାଇଛି।

Leave a Reply

Your email address will not be published.