ପୁଣି ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ଵର: ରାଜ୍ୟରେ କରୋନା ମହାମାରୀ ନିଜର ତାଣ୍ଡବ ରଚୁଛି । ପ୍ରତି ଅଧ ଘଣ୍ଟାରେ ଜଣେ ଜଣେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି । ଆଜି ୨୪ ଘଣ୍ଟା ୧୦ ହଜାର ୫୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାମାରୀ ମାଡ଼ି ଚାଲିଥିବା ବେଳେ ୧୭ ଜଣ ଆକ୍ରାନ୍ତ ଜୀବନ ବି ହାରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୨୧ କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ,ବାଲେଶ୍ବର ଓ ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ଼,ଝାରସୁଗୁଡ଼ା, କଳାହାଣ୍ଡି,କେନ୍ଦୁଝର,ନୟାଗଡ଼, ସମ୍ବଲପୁର, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫ ଲକ୍ଷ ୧୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୧ ହଜାର ୫୮୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪ ଲକ୍ଷ ୧୬ ହଜାର ୪୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୧୨୧ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୩୬୭୪୧୮ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave a Reply

Your email address will not be published.